Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ବ୍ଲକ ଗୋଡ଼ିପଡା ଗ୍ରାମ ପଂଚାୟତରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଖୋର୍ଦ୍ଧା ବ୍ଲକ ଗୋଡ଼ିପଡା ଗ୍ରାମ ପଂଚାୟତରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

July 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଜିଲ୍ଲାର ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ, ଗୋଡ଼ିପଡା ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୁଲିସ ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଭାରପ୍ରାପ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ସାଗରୀକା ନାଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଖୋର୍ଦ୍ଧା ପଂଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ, ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ତହସିଲଦାର ବିଭାଷ ପାଣିଗ୍ରାହୀ, ବି ଡି ଓ କ୍ଷିରାବ୍ଧି ତନୟା ସାହୁ ମଞ୍ଚାସିନ ଥିଲେ।

ଅଭିଯୋଗ ଶିବିରକୁ ମୋଟ ୨୪୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୨୩୬ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୧୨ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା। ସମସ୍ତ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇ ୦୪ ଗୋଟି ଅଭିଯୋଗର ଅଭିଯୋଗ ସ୍ଥଳରେ ସମାଧାନ କରାଯାଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ସଂପୃକ୍ତ ଅଧିକାରୀମାନେ ପଦକ୍ଷେପ ଗ୍ରହଣ କରିବାକୁ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଗୋଡିପଡା ଗ୍ରାମପଞ୍ଚାୟତର ଗୁରୁତର ଅସୁସ୍ଥ ଥିବା ଅନ୍ତୁ ମାଝୀଙ୍କ ସ୍ଵାମୀ ମହେନ୍ଦ୍ର ମାଝୀଙ୍କ ଚିକିତ୍ସା ନିମନ୍ତେ ଅନ୍ତୁ ମାଝୀଙ୍କ ଦରଖାସ୍ତକୁ ବିଚାର କରାଯାଇ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ହଜାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ପରେ ଜିଲ୍ଲାପାଳ ଓ ପ୍ରାଶାସନିକ ଅଧିକାରୀ ବୃନ୍ଦ ସରକାରଙ୍କର ବିଭିନ୍ନ ଅଗ୍ରଣୀ ଜନକଲ୍ୟାଣ ଯୋଜନାର ଷ୍ଟଲ ବୁଲି ଦେଖିଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର (ଜରୁରୀ) ଶ୍ରୀତପା ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର ଭୁବନେଶ୍ଵରୀ କଅଁର, ଅଧିକ୍ଷଣ ଯନ୍ତ୍ରୀ (ପୂର୍ତ୍ତ) ଇଂ ଶିବ ଲାଲ ସାହୁ, ଅଧିକ୍ଷଣ ଯନ୍ତ୍ରୀ (ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ) ରଶ୍ମିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବାଣିଶ୍ରି ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂସୁ ଦାଶ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବିଦ୍ୟୁତ ବିଭାଗର ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀମାନେ ଯୋଗ ଦେଇଥିଲେ।

ଖୋର୍ଦ୍ଧା ବ୍ଲକ ଗୋଡ଼ିପଡା ଗ୍ରାମ ଜିଲ୍ଲା ପ୍ରଶାସନ ପୋଲିସ ପ୍ରଶାସନ ମିଳିତ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବର ନୂତନ କର୍ମକର୍ତ୍ତା ମାନଙ୍କ ଅଧିଷ୍ଠାନ ଉତ୍ସବ ପାଳନ

July 27, 2025

ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୯ତମ ଶ୍ରାଦ୍ଧଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

July 27, 2025

ଗୋଦାବରୀଶ ମହାବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ଉଦଘାଟିତ

July 26, 2025

ଗୋଦାବରୀଶ ମହାବିଦ୍ୟାଳୟରେ +୨ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ଉତ୍ସବ

July 25, 2025
Latest News

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି ରପ୍ତାନି

July 28, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଯୋଗଦାନ କଲେ ଆଇଏଏସ ଅମ୍ରିତ୍ ଋତୁରାଜ

July 28, 2025

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

July 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.