Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପିଏମ୍.ଶ୍ରୀ. ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ପିଏମ୍.ଶ୍ରୀ. ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ

July 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ଆଜି ଚିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ଆଙ୍କୁଲାଚ଼ଟୀ ସ୍ଥିତ ପିଏମ୍.ଶ୍ରୀ. ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଉତ୍ସବ ତଥା ବାର୍ଷିକ ଉତ୍ସବ ପାଳନ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଥିଲେ।

ଛାତ୍ରଛାତ୍ରୀ ମାନେ ହେଉଛନ୍ତି ଆମ ଦେଶର ଭବିଷ୍ୟତ। ତେଣୁ ଭବିଷ୍ୟତର ଆବଶ୍ୟକତାକୁ ଲକ୍ଷ୍ୟ କରି ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ମାର୍ଗଦର୍ଶନରେ ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ଦେବା ସହ ବିଦ୍ୟାଳୟ ସ୍ତରରୁ ଜାତୀୟ ଶିକ୍ଷା ନୀତିକୁ ଲାଗୁ କରିଛନ୍ତି।ଏଥିରେ ଭାରତୀୟ ସଂସ୍କୃତି, ପରମ୍ପରା ଓ ଐତିହାସିକ ମୂଲ୍ୟବୋଧକୁ ବଜାୟ ରଖି ମାତୃଭାଷାରେ ଶିକ୍ଷା ପ୍ରଦାନ ସହ ବୈଜ୍ଞାନିକ ଚିନ୍ତାଧାରା, ସୃଜନଶୀଳତା ଏବଂ ବିଶ୍ଳେଷଣ ଆଧାରିତ ଶିକ୍ଷାକୁ ଗୁରୁତ୍ୱ ଦିଆଯାଇଛି।କେବଳ ନିଜ ପାଇଁ ନୁହେଁ, ଜାତି, ସଂସ୍କୃତି ଓ ସମାଜର ଉତ୍ଥାନ ତଥା ରାଷ୍ଟ୍ରନିର୍ମାଣ ପାଇଁ ନିରନ୍ତର କାର୍ଯ୍ୟ କରିବାର ବିଚାରଧାରା ମଧ୍ୟ ଏହି ଶିକ୍ଷା ନୀତିରେ ଅନ୍ତର୍ନିହିତ ରହିଛି ।

ଉତ୍ତମ ସଂସ୍କାର, ଚରିତ୍ର ଗଠନ, ଗୁଣାତ୍ମକ ମାନଯୁକ୍ତ ଶିକ୍ଷାଦାନ ସହିତ ଛାତ୍ରଛାତ୍ରୀ ମାନଙ୍କର ଶାରୀରିକ, ମାନସିକ ତଥା ବୌଦ୍ଧିକ ବିକାଶକୁ ଗୁରୁତ୍ୱ ଦେବା ପାଇଁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେବା ସହ ଛାତ୍ରଛାତ୍ରୀ ମାନଙ୍କୁ ନିଷ୍ଠା, ଏକାଗ୍ରତା ଓ ସମୟାନୁବର୍ତ୍ତିତା ହୋଇ ପାଠ ପଢିବାକୁ ଆହ୍ୱାନ କରିଥିଲେ।

ଏହି ଅବସରରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଜିଲ୍ଲା ପରିଷଦ ସଭ୍ୟା ମମତା ପାଇକରାୟ,ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରିଣୀ ସୋନାମିକା ରାୟ, ଚ଼ିଲିକା ବିଡ଼ିଓ ପୁନମ ମହାପାତ୍ର, ଚ଼ିଲିକା ମଣ୍ଡଳ ଶିକ୍ଷା ଅଧିକାରୀ ଦ୍ବାରିକାନାଥ ବେହେରା, ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ପାତ୍ରଙ୍କ ସମେତ ବହୁ ପ୍ରମୁଖ ବ୍ୟକ୍ତି ବିଶେଷ ଗଣ ଉପସ୍ଥିତ ଥିଲେ।

ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.