Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ
ଆଞ୍ଚଳିକ

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗଣଶିକ୍ଷା ବିଭାଗ ଓଡ଼ିଶାର ନିର୍ଦ୍ଦେଶ ଅନୁଯାୟୀ ଆଜି ସାରା ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକର ନରସିଂହପୁର କ୍ଲଷ୍ଟର ଅନ୍ତର୍ଗତ ହଂସରା ପ୍ରାଥମିକ ବିଦ୍ୟାଳୟରେ ଏହି ବୈଠକ ଆୟୋଜିତ ହୋଇଥିଲା।

ଏହି ବୈଠକ ନରସିଂହପୁର କ୍ଲଷ୍ଟର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ନେତୃତ୍ୱରେ ଓ ହଂସରା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇ ଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ବୈଠକର ଶୁଭାରମ୍ଭ ପ୍ରଭୁ ଜଗନ୍ନାଥଙ୍କ ପାଖରେ ଧୂପ-ଦୀପ ଦେଇ ହୋଇଥିଲା। ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନରସିଂହପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ ଏବଂ ମୁଖ୍ୟ ବକ୍ତା ଭାବେ ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳାଦ୍ରି ବିହାରୀ ସୁବୁଦ୍ଧି ଯୋଗ ଦେଇ ଉଦ୍‌ଘାଟନ କରିଥିଲେ। ବରିଷ୍ଠ ଶିକ୍ଷକ ଭ୍ରମରବର ତାଡ଼ ଶ୍ଳୋକ ଗାନ କରିଥିଲେ। କ୍ଲଷ୍ଟର ସଂଯୋଜକ ସୁଶୀଲ କୁମାର ରଣା ସ୍ୱାଗତ ଭାଷଣ ଦେଇ ପରିଚୟ ପ୍ରଦାନ ପର୍ବ ଆରମ୍ଭ କରିଥିଲେ। ବୈଠକରେ ଅଂଶଗ୍ରହଣ କରୁଥିବା ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଖାତା, ପେନ ଓ ତାଲିମ ସମ୍ବନ୍ଧୀୟ ଶିକ୍ଷା ସାମଗ୍ରୀ ବଣ୍ଟନ କରାଯାଇଥିଲା। ଅତିଥି ଙ୍କୁ କ୍ଲଷ୍ଟର ତରଫରୁ ଉପହାର ପ୍ରଦାନ କରାଯାଇ ସ୍ବାଗତ କରାଯାଇଥିଲା।

ଏହି ବୈଠକରେ ଅଗଷ୍ଟ ମାସର ଶିକ୍ଷା କ୍ୟାଲେଣ୍ଡର, ଶିଶୁ ବାଟିକା ଭାଷାଗତ ବିକାଶ, ବୌଦ୍ଧିକ ବିକାଶ, ଶାରୀରିକ ବିକାଶ, ନୈତିକ ବିକାଶ, ଅଗଷ୍ଟ ମାସ ବିଦ୍ୟା ପ୍ରବେଶ କାର୍ଯ୍ୟସୂଚୀ, ଦ୍ଵିତୀୟ ଓ ତୃତୀୟ ଶ୍ରେଣୀ ର ଭାଷା ଓ ଗଣିତ, ବହୁ ଶ୍ରେଣୀ ନମୁନା ପାଠ ଟୀକା ଓ ଶିକ୍ଷକଙ୍କ ଗତିବିଧି ଯୋଜନା ପ୍ରସ୍ତୁତି, ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ନିମନ୍ତେ ସଂଖ୍ୟା ପରିଚୟ ଧାରଣା ରେ ଶିକ୍ଷଣ ସାମଗ୍ରୀ ର ବ୍ୟବହାର, ସାମଗ୍ରୀକ ପ୍ରଗତି ପତ୍ର ଇତ୍ୟାଦି ବିଷୟ ଉପରେ ଗଭୀର ଆଲୋଚନା ହୋଇଥିଲା।

କାର୍ଯ୍ୟକ୍ରମର ଉଦଯାପାନୀ ଅବସରରେ ଅତିଥି ତଥା ପର୍ଯ୍ୟବେକ୍ଷିକା ଭାବେ ନୟାଗଡ ଜିଲ୍ଲା ବାଳିକା ଶିକ୍ଷା ସଂଯୋଜିକା ଶ୍ରାବଣୀ ମିଶ୍ର ଓ ଆଦିବାସୀ ଜାତି ଜନଜାତି ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାଶ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଠାରୁ ମାସିକ ବୈଠକ ରେ ଆଲୋଚିତ ବିଷୟ ବସ୍ତୁ ଉପରେ ପଚାରି ବୁଝିବା ସହ ବାଳିକା ଶିକ୍ଷା, ଇକୋ କ୍ଲବ, ବିଦ୍ୟାଳୟ ସୁରକ୍ଷା ନିରାପତ୍ତା, ମାତୃମଞ୍ଚ, ପାଠ୍ୟ ଯୋଜନା ଉପରେ ଆଲୋଚନା କରିଥିଲେ। କ୍ଲଷ୍ଟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ବହୁ ଶ୍ରେଣୀ ଶିକ୍ଷାଦାନର ମଡେଲ ଟିଚିଙ୍ଗ କୁ ଦେଖି ଖୁସି ହୋଇଥିଲେ।

ଏହି କାର୍ଯ୍ୟକ୍ରମ ପରିଚାଳନାରେ ବରିଷ୍ଠ ଶିକ୍ଷୟତ୍ରୀ ବିନୋଦିନୀ କୁଣ୍ଡ, ଆଶାମଣୀ ସାମନ୍ତରାୟ, ସୁକାନ୍ତ ବେହେରା, ଭାଗବତ ଜେନା, ପାଞ୍ଚାଳୀ ଦେଇ, ପୂର୍ଣଚନ୍ଦ୍ର ପତି, ମଧୁଛନ୍ଦା ମହାନ୍ତି, ଉର୍ମିଳା ଦେଇ, ସରସ୍ବତୀ ରାଉତରାୟ, ପ୍ରମୁଖ ସହଯୋଗ କରିଥିବା ବେଳେ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ଶିକ୍ଷକ ଅଜୟ କୁମାର ସାହୁ ଧନ୍ୟବାଦ ପ୍ରଦାନ କରିଥିଲେ।

ଗଣଶିକ୍ଷା ବିଭାଗ ନୟାଗଡ଼ ଜିଲ୍ଲା ନରସିଂହପୁର କ୍ଲଷ୍ଟର ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ଼ରେ ଭାରତର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ

March 23, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

March 25, 2026

“ପେଟ୍ରୋଲ ଏବଂ ଡିଜେଲର କୌଣସି ଅଭାବ ନାହିଁ”: ସର୍ବଦଳୀୟ ବୈଠକରେ କହିଲେ ସରକାର

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.