Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ
ଆଞ୍ଚଳିକ

ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ

September 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନରସିଂହପୁର କ୍ଲଷ୍ଟର
ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରରେ ତୃତୀୟ ମାସିକ ବୈଠକ

ରଣପୁର: ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ନୟାଗଡ ଜିଲ୍ଲା ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟରର ପାମ୍ପଡା ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ନରସିଂହପୁର ମଧ୍ୟ ଇଂରାଜୀ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ଶିକ୍ଷବିତ୍ ଅଶୋକ କୁମାର ଦାଶ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ।

ଏହି ବୈଠକ କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ପାମ୍ପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ମଧୁଛନ୍ଦା ମହାନ୍ତି ଙ୍କ ସହଯୋଗରେ ପରିଚାଳିତ ହୋଇ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଯାଇଛି। ଏହି ବୈଠକରେ ପୂର୍ବ ମାସ (ଅଗଷ୍ଟ)ର ବିଷୟବସ୍ତୁ, ନିପୁଣ ସପ୍ତାହ, ଶିକ୍ଷଣ ସୋପାନ ବ୍ୟବହାର, ଏକାଡେ଼ମିକ କ୍ୟାଲେଣ୍ଡର, ବିଦ୍ୟାଳୟ ପରିଦର୍ଶନ ଆଦି ପ୍ରସଙ୍ଗ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ଶିକ୍ଷକ ଭ୍ରମରବର ତାଡ଼ ଓ ଭାଗବତ ଜେନା ବହୁ ଶ୍ରେଣୀ ଶିକ୍ଷାଦନ କୁ ନେଇ ମଡେଲ ଶିକ୍ଷାଦନ କରିଥିଲେ। ସାଧନ କେନ୍ଦ୍ର ସଯୋଜକ ଶ୍ରୀ ରଣା ସମ୍ପୂର୍ଣ ବିଷୟ ବସ୍ତୁ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ୮ଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ଓ ଏଫ.ଏଲ.ଏନ. ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସ୍ଵର୍ଣ୍ଣଲତା ସିଂଦେଓ, ବିନୋଦିନୀ କୁଣ୍ଡ, ସୁକାନ୍ତ କୁମାର ସାହୁଙ୍କ ସମେତ ସମସ୍ତେ ସମ୍ପୂର୍ଣ ସହଯୋଗ କରିଥିଲେ। ଅଜୟ କୁମାର ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ତୃତୀୟ ମାସିକ ବୈଠକ ନରସିଂହପୁର କ୍ଲଷ୍ଟର ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ସାମ୍ବାଦିକ ନୃସିଂହ ମିଶ୍ରଙ୍କ ବିୟୋଗରେ ଶୋକସଭା

April 12, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.