Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଣପୁର: ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟ ଏକ୍କା ମିଳିତ ଭାବେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଯୋଗଦେଇ ବିଭିନ୍ନ ବିଚାରଧୀନ ମାମଲାର ଫଇସଲା କରିଥିଲେ।ତତସହିତ ବିଭିନ୍ନ ବ୍ୟାଙ୍କର ପ୍ରାକ ବିବାଦୀୟ ମକଦ୍ଦମା ଗୁଡିକୁ ମଧ୍ୟ ଆପୋଷ ବୁଝାମଣା ମାଧ୍ୟମରେ ସମାଧାନ କରାଯାଇଥିଲା।

ଉକ୍ତ ଲୋକ ଅଦାଲତରେ ସମୁଦାୟ ୪୦ ଗୋଟି ମାମଲା ବିଚାରପାଇଁ ପଞ୍ଜିକୃତ ହୋଇଥିବାବେଳେ ତନ୍ମଧ୍ୟରୁ ୩୨ ଗୋଟି ମୋଟରଜାନ ଓ ଫୌଜଦାରୀ ମାମଲା, ୬ ଗୋଟି ଦେୱାନୀ ମାମଲା, ୧ ଗୋଟି ବୈବାହିକ ବିବାଦ ମାମଲା ଏବଂ ୧ ଗୋଟି ଅର୍ଥ ଆଦାୟ ମାମଲା ର ଫଇସଲା ହୋଇଥିଲା। ଏଥିରୁ ପାଖାପାଖି ୧୦ ଲକ୍ଷ ଟଙ୍କା ଆଦାୟ କରାଯାଇଥଲା।ଉକ୍ତ ଲୋକ ଅଦାଲତରେ ବାଣପୁର ଓ ବାଲୁଗାଁର ବିଭିନ୍ନ ବ୍ୟାଙ୍କର ଅଧିକାରୀମାନେ ଅନାଦେୟ ଋଣ ଆଦାୟ ଲାଗି ମାମଲା ପରିଚାଳନାରେ ସହଯୋଗ କରିଥିଲେ।

ବାଣପୁର ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଲୋକ ଅଦାଲତ ପରିଚାଳନାରେ ସହାୟତା କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ବାଣପୁର କୋର୍ଟ ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

January 9, 2026

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026

ବାଣପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସ୍ବାଗତ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ସାଂସଦ ସମ୍ବିତ ପାତ୍ର

January 7, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.