Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର
ଆଞ୍ଚଳିକ

ଚିଲିକା: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା
ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

ଚିଲିକା: ଆଜି ଚିଲିକା ବ୍ଲକ ଅଧିନସ୍ଥ ଡୁଙ୍ଗମାଳ ଏବଂ ସିଙ୍ଗେଶ୍ୱର ଗ୍ରାମପଞ୍ଚାୟତ ଠାରେ ପୃଥକ ଭାବେ ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମକୁ ବାଲୁଗାଁ ସହକାରୀ ଶ୍ରମ ଅଧିକାରୀ ସୌମ୍ୟ ରଞ୍ଜନ କର ପରିଚାଳନା କରିଥିବା ବେଳେ ଉକ୍ତ ଶିବିରରେ ଜିଲ୍ଲା ଶ୍ରମ ଅଧିକାରୀ ମୋନାଲିସା ଜେନା, ଜିଲ୍ଲା ସହକାରୀ ଶ୍ରମ ଅଧିକାରୀ ବିକାଶ କୁମାର ନାୟକ, ବାଲୁଗାଁ ଥାନାଧିକାରୀ ଜୟ ପ୍ରକାଶ ପରିଡା, ଉଭୟ ଗ୍ରାମ ପଞ୍ଚାୟତ ସରପଞ୍ଚ, ନାଏବ ସରପଞ୍ଚ ସମିତି ସଭ୍ୟ, ବିଭିନ୍ନ ଟ୍ରେଡ ୟୁନିଅନ ପ୍ରତିନିଧି ମାନେ ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଶତାଧିକ ଶ୍ରମିକ ତଥା ଅଞ୍ଚଳବାସୀ ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରମିକ ମାନଙ୍କ ପାଇଁ ଉଦ୍ଦିଷ୍ଟ ବହୁବିଧ ଯୋଜନା ସମ୍ବନ୍ଧରେ ସଚେତନ କରାଯିବା ସହ ଆନ୍ତଃରାଜ୍ୟ ଶ୍ରମିକ ତଥା ଦେଶ ବାହାରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ପାଇଁ ଆଇନରେ ଥିବା ପ୍ରାବଧାନ ସମ୍ପର୍କରେ ସଚେତନ କରାଯାଇଥିଲା।

ଏହି ଅବସରରେ ଯୋଗ୍ୟ ୨୮ ଜଣଙ୍କୁ ନିର୍ମାଣ ଶ୍ରମିକ କାର୍ଡ ବଣ୍ଟନ କରାଯାଇଥିଲା। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସରେ “ଏକ୍ ପେଡ୍ ମା କେ ନାମ୍” କାର୍ଯ୍ୟକ୍ରମ ଜରିଆରେ ୭୫ ଜଣ ନିର୍ମାଣ ଶ୍ରମିକଙ୍କୁ ଫଳ ଜାତୀୟ ଚାରା ଯୋଗାଇ ଦିଆଯାଇଥିଲା।

ଏକ୍ ପେଡ୍ ମା’ କେ ନାମ୍ ଚିଲିକା ସଚେତନତା ଶିବିର ସିଙ୍ଗେଶ୍ୱର ଗ୍ରାମପଞ୍ଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ବାଲୁଗାଁ କଲେଜ ଛାତ୍ରଛାତ୍ରୀଙ୍କ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

September 17, 2025

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ ‘ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

September 17, 2025
Latest News

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.