Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର
ଆଞ୍ଚଳିକ

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରକ୍ତଦାନ ଶିବିର
ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

ବାଣପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିବସ ଉପଲକ୍ଷେ ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୨ତାରିଖ ପର୍ଯ୍ୟନ୍ତ ବିଜେପି ପକ୍ଷରୁ ସେବାପକ୍ଷ ପାଳନ କରାଯାଉଛି। ଏହି ଉପଲକ୍ଷେ ଚିଲିକା ବିଜେପି ତରଫରୁ ବୃକ୍ଷରୋପଣ, ରକ୍ତଦାନ ଓ ସ୍ୱାସ୍ଥ୍ୟ ଶିବିରର ଆୟୋଜନ ଜାରିରହିଛି।

ଏହି ପରିପ୍ରେକ୍ଷୀରେ ଆଜି ବିଜେପି ବିରଜାଈ ମଣ୍ଡଳ ତରଫରୁ ମଣ୍ଡଳ ସଭାପତି ତଥା ଭେଟେଶ୍ୱର ସରପଞ୍ଚ ସାବିତ୍ରୀ ଭୋଳଙ୍କ ତତ୍ୱାବଧାନରେ ବିଧାରପୁରଠାରେ ଥିବା ଶୁଭମଙ୍ଗଳ କଲ୍ୟାଣ ମଣ୍ଡପ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଖୋର୍ଦ୍ଧା ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ ଏବଂ ପୂର୍ବତନ ମଣ୍ଡଳ ସଭାପତି ତଥା ବରିଷ୍ଠ ସଂଗଠକ ଜିତେନ୍ଦ୍ର କୁମାର କୁମାର ଭୋଳ ଉଦଘାଟନ କରିଥିବା ବେଳେ ବିଜେପି ର ବହୁ ପୁରୁଖା ନେତା ଉପସ୍ଥିତ ଥିଲେ।

ଜିତେନ୍ଦ୍ର ଭୋଳଙ୍କ ନିବେଦନ କ୍ରମେ ମଣ୍ଡଳର ବହୁ ଯୁବକଙ୍କ ସହ ବାଣପୁର ଅଞ୍ଚଳର ପ୍ରାୟ ୩୭ ଜଣ ରକ୍ତଦାତା ରକ୍ତଦାନ କରିଥିଲେ। ଭୁବନେଶ୍ୱର କ୍ୟାପିଟାଲ ଡାକ୍ତରଖାନାର ରକ୍ତ ଭଣ୍ଡାରର ଡାକ୍ତର ଦେବାଶିଷ ମିଶ୍ରଙ୍କ ସମେତ ୧୧ଜଣ କର୍ମଚାରୀ ରକ୍ତଦାତାଙ୍କ ଠାରୁ ରକ୍ତ ସଂଗ୍ରହ କରିଥିଲେ। ସମସ୍ତ ରକ୍ତଦାତାଙ୍କୁ ମଣ୍ଡଳ ସଭାପତି ସାବିତ୍ରୀ ଭୋଳ ଧନ୍ୟବାଦ ଜ୍ଞାପନ କରିଛନ୍ତି।

ନରେନ୍ଦ୍ର ମୋଦୀ ବାଣପୁର ବିଜେପି ରକ୍ତଦାନ ଶିବିର ସ୍ୱାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.