Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର
ଆଞ୍ଚଳିକ

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର
ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲାପାଳ ଶ୍ରୀ ଋତୁରାଜ କହିଲେ ଯେ, ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାଦ୍ବାରା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସୁଫଳ ହିତାଧିକାରୀ ମାନଙ୍କୁ ବହୁମାତ୍ରାରେ ଉପଲବ୍ଧ ହେଉଛି। ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଏକ ମହତ କାର୍ଯ୍ୟକ୍ରମ ଏବଂ ଏହାକୁ ତ୍ୱରାନ୍ୱିତ କରିବା ଦିଗରେ ସମସ୍ତ ଅଧିକାରୀ ଓ କର୍ମଚାରୀ ନିରନ୍ତର ନିଷ୍ଠାପର ସେବା ପ୍ରଦାନ କରିବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ମତେ ବ୍ଲକ୍ ଓ ପଞ୍ଚାୟତ ମାନଙ୍କରେ ଜନଶୁଣାଣି ଶିବିରରେ ପ୍ରତ୍ୟେକ ଯୋଜନାର ହିତାଧିକାରୀ ମାନଙ୍କୁ ଯଥା ସୁକନ୍ୟା ସମୃଦ୍ଧି ଯୋଜନା ଠାରୁ ନେଇ , ସ୍ଵାସ୍ଥ୍ୟ, ପଶୁ ସମ୍ପଦ, କୃଷି ଓ ଆନୁସଙ୍ଗିକ କୃଷି , ଓଡ଼ିଶା ଜୀବିକା ମିଶନ୍,ପ୍ରଧାନ ମନ୍ତ୍ରୀ ଜୀବନ ଜ୍ୟୋତି ଯୋଜନା, ଆୟୁଷମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା,ଅଟଳ ପେନସନ ଯୋଜନା, ବସୁନ୍ଧରା, ରାଜସ୍ବ ବିଭାଗ ଅଧୀନ ବିଭିନ୍ନ ସାର୍ଟିଫିକେଟ, ପ୍ରତ୍ୟେକ ପଂଚାୟତ ଓ ଗ୍ରାମ୍ୟ ସ୍ତରୀୟ କାର୍ଯ୍ୟାଳୟ ଗୃହ ନିର୍ମାଣ ଜମି ସମସ୍ୟା, ଦକ୍ଷତା ବିକାଶ, ମତ୍ସ୍ୟ ଚାଷ, ଅଣୁ କ୍ଷୁଦ୍ର ମଧ୍ୟମ ଶିଳ୍ପ ଉଦ୍ୟୋଗ, ସୁଷମ ବଣ୍ଟନ, ଶିଶୁ ଓ ମାତୃ ଯତ୍ନ ,ଭି ଏଚ୍ ଏନ୍ ଡି ଯୋଜନା ,ପି ଏମ ସୂର୍ଯ୍ୟ ଘର, ମାଟି ସ୍ୱାସ୍ଥ୍ୟ କାର୍ଡ,ପି ଏମ କିଶାନ ଓ ସି ଏମ କିଶାନ୍ ଯୋଜନା, ପ୍ରଧାନ ମନ୍ତ୍ରୀ ମୁଦ୍ରା ଓ ପ୍ରଧାନ ମନ୍ତ୍ରୀ ବିଶ୍ଵକର୍ମା ଯୋଜନା ଆଦି ଅଗ୍ରଣୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା ସିଧା ପଲ୍ଲୀ ବାସିନ୍ଦାର ପ୍ରକୃତ ହିତାଧିକାରୀ ମାନଙ୍କୁ ଯୋଗାଇ ଦିଆଯାଉଅଛି।

ଆଜିର ଅଭିଯୋଗ ଶୁଣାଣିରେ ମୋଟ ୯୧ ଗୋଟି ଅଭିଯୋଗ ଆସିଥିବା ବେଳେ, ବ୍ୟକ୍ତି ଗତ ୮୩ ଗୋଟି ଓ ଗ୍ରାମୀଣ ସମସ୍ୟା ଜନିତ ୦୮ ଗୋଟି ଅଭିଯୋଗ ଥିଲା। ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୦୬ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ। ଜିଲ୍ଲାପାଳ ତଥା ଜିଲ୍ଲାମାଜିଷ୍ଟ୍ରେଟ ଜିଲ୍ଲା ରେଡକ୍ରସ୍ ପାଣ୍ଠିରୁ ପାଠପଢା ନିମନ୍ତେ ଟାଙ୍ଗୀ ତହସିଲ ଅଧୀନ ରୁପାଞ୍ଜଳି ବେହେରା, ବଢ଼ିସାହି, ରାମଚନ୍ଦ୍ରପୁର ଙ୍କୁ ୧୦ ହଜାର ଟଙ୍କା ଏବଂ ବେଗୁନିଆ ତହସିଲ ଅଧୀନ ଠାକୁର ପ୍ରସାଦ ସାହୁ, ମସାଣିଆ, କୁଞ୍ଜୁରିଙ୍କୁ ପାଠପଢା ନିମନ୍ତେ ୦୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ, ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା , ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ମଞ୍ଚାଷିନ ଥିବା ବେଳେ, ଡେପୁଟୀ କଲେକ୍ଟର ଶ୍ରୀତପା ମିଶ୍ର, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଅଧିକ୍ଷଣ ଯନ୍ତ୍ରୀ ରଶ୍ମିତା ଦାସ,ସଦର ବି ଡି ଓ ଶ୍ରୀମତୀ କ୍ଷୀରାଦ୍ଵି ତନୟା ସାହୁ, ନିର୍ବାହୀ ଅଧିକାରୀ, ଖୋର୍ଦ୍ଧା ପୌର ପରିଷଦ ରିଜ୍ୱାନା କାକ୍ୱାବ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼ଃ ଗୀତାଂଶୁ ଦାଶ, ସହକାରୀ ଜିଲ୍ଲାପାଳ, ଅଭିଯୋଗ ଭୁବନେଶ୍ୱରୀ କଅଁର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

ଖୋର୍ଦ୍ଧା ଜନଶୁଣାଣି ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ମୂଳାଙ୍କ ୪, ୮ ଏବଂ ୯ ଥିବା ଲୋକଙ୍କର ବିଶେଷ ଶକ୍ତି ସମ୍ପର୍କରେ ଜାଣନ୍ତୁ

April 23, 2026

ଆଜି ଏପ୍ରିଲ ୨୩ ତାରିଖ ଗୁରୁବାରରେ ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 23, 2026

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.