Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୁରଭି ହେଉଛି ଆନ୍ତର୍ନିହିତ ଗୁଣାବଳୀ ଉନ୍ମୋଚନର ସେତୁ
ଆଞ୍ଚଳିକ

ସୁରଭି ହେଉଛି ଆନ୍ତର୍ନିହିତ ଗୁଣାବଳୀ ଉନ୍ମୋଚନର ସେତୁ

October 17, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ମଝିଆଁଖଣ୍ଡ କ୍ଲଷ୍ଟରର ସୁରଭି କାର୍ଯ୍ୟକ୍ରମ ଗାଁବାଣିକିଲୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିଶ୍ୱ ଭୂଷଣ ବେହେରାଙ୍କ ତତ୍ୱାବଧାନରେ ଧୁମଧାମରେ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ କ୍ଲଷ୍ଟର ର ୧୬ଟି ବିଦ୍ୟାଳୟରୁ ମୋଟ ରେ ୨୦୮ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ସକାଳ ୧୦ଘଟିକା ରେ ସ୍ଥାନୀୟ ବଳଭଦ୍ରପୁରର ସରପଞ୍ଚ ସଞ୍ଜୟ କୁମାର ଦାସ, ସମିତିସଭ୍ୟ ବିରଞ୍ଚି ନାରାୟଣ ପାଇକେରା ଓ ଗାଁବାଣିକିଲୋ ବିଦ୍ୟାଳୟର ସଭାପତି ଉଦଘାଟନ କରିଥିଲେ। ସମସ୍ତ ପ୍ରତିଯୋଗୀମାନେ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିଲେ।

ଅପରାହ୍ନରେ ଉଦଯାପନୀ ସମାରୋହରେ ଗୋପାଳପୁର ଜୋନର ଜିଲ୍ଲା ପରିଷଦ ସଦସ୍ୟା ଲଷ୍ମୀପ୍ରିୟା ତରେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଲଷ୍ମୀ ଦେଇ, ଶିକ୍ଷାବିତ ଗୋପାଳ ଚନ୍ଦ୍ର ଦାସ, ନରସିଂହପୁର କ୍ଲଷ୍ଟରର ସି.ଆର.ସି.ସି. ସୁଶୀଲ କୁମାର ରଣା, ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ଶତପଥୀ, ଅଜି ସ୍ୱାଇଁ, କିଶୋର ଚନ୍ଦ୍ର ବେହେରା, ଅଶୋକ କୁମାର ବେହେରା ପ୍ରମୁଖ ଯୋଗ ଦେଇ ପିଲାମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ। କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ପୂର୍ଣ୍ଣ ସହଯୋଗ କରିଥିଲେ।

ସେହିପରି କାଣ୍ଡପଡା କ୍ଲଷ୍ଟରର କରଡ଼ାପଲ୍ଲା ପ୍ରାଥମିକ ବିଦ୍ୟାଳୟ ଠାରେ ସି.ଆର.ସି.ସି. ରାଜୀବ କୁମାର ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ, ମୁଖ୍ୟ ବକ୍ତା ଭାବେ ସରପଞ୍ଚ ବିଜୟ କୁମାର ବେହେରା, ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶିବ ଶଙ୍କର ମିଶ୍ର, କୈଳାଶ ଚନ୍ଦ୍ର ପୃଷ୍ଟି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅନ୍ନପୂର୍ଣ୍ଣା ସାହୁ, ପୂର୍ବତନ ସି.ଆର.ସି.ସି. ଦୀନବନ୍ଧୁ ଜେନା ଯୋଗ ଦେଇଥିବା ବେଳେ ଉଦଯାପନୀ ସଭାରେ କଳାମାଟିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଭୁତି ଭୂଷଣ ମିଶ୍ର, ଯଶୋଦାପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ କୁମାର ବେହୁରା, କରଡ଼ାପଲ୍ଲା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ନାୟକ, ନରସିଂହପୁର କ୍ଲଷ୍ଟରର ସି.ଆର.ସି.ସି. ସୁଶୀଲ କୁମାର ରଣା, କରଡ଼ାପଲ୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃପାସିନ୍ଧୁ ସାମନ୍ତରାୟ, ପ୍ରମୁଖ ଯୋଗ ଦେଇ ପିଲାମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଅକ୍ଷୟ କୁମାର ଜେନା, ଜୋଛନାରାଣୀ ସାହୁ, ସର୍ବେଶ୍ୱର ପ୍ରଧାନଙ୍କ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କମିଟି ସଭ୍ୟ ସଭ୍ୟା ଓ ଗ୍ରାମବାସୀ ପୂର୍ଣ୍ଣ ସହଯୋଗ କରିଥିଲେ।

ସେହିପରି ରଣପୁର ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ସି.ଆର.ସି.ସି. ଅଜୟ କୁମାର ପ୍ରଧାନ ରଣପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ ଅନୁଷ୍ଠିତ ହୋଇ ଉଦଯାପିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗିରିଜା ଶଙ୍କର ମହାପାତ୍ର, କଣ୍ଡରାସିଂ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମାର୍କଣ୍ଡ ଦାଶ, ବିଦ୍ୟାଳୟ ସଭାପତି ରଙ୍ଗନାଥ ମିଶ୍ର ଓ ସଦସ୍ୟ ସତ୍ୟବାନ ସାହୁ ପ୍ରମୁଖ ଯୋଗ ଦେଇ ପିଲାମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ଦେଇ ପୁରସ୍କୃତ କରିଥିଲେ। ଶକ୍ତି ପ୍ରସାଦ ଆଚାର୍ଯ୍ୟ, ଶତ୍ରୁଘନ ପ୍ରଧାନ, ଶର୍ମିଷ୍ଠା ଦାସ ଙ୍କ ସମେତ କ୍ଲଷ୍ଟରର ବିଭିନ୍ନ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

ମଝିଆଁଖଣ୍ଡ କ୍ଲଷ୍ଟର ରଣପୁର ବ୍ଲକ ସୁରଭି କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆଜିଠାରୁ ଆରମ୍ଭ ହେଲା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ-୨୦୨୬ କାର୍ଯ୍ୟକ୍ରମ

May 30, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.