Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଦର୍ଶ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା
ଆଞ୍ଚଳିକ

ଆଦର୍ଶ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା

October 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଦର୍ଶ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା
ଆଦର୍ଶ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକର ଆଦର୍ଶ ତଥା ଶ୍ରେଷ୍ଠ ଶିକ୍ଷକଙ୍କ ବିଦାୟ ସମ୍ବର୍ଦ୍ଧନା ସଭା ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ତରଫରୁ ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ପରିଚାଳିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ଗୌରାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ୨୦୨୪ ଶିକ୍ଷା ବର୍ଷରେ ଜିଲ୍ଲାର ଶ୍ରେଷ୍ଠ ଶିକ୍ଷକ ସମ୍ମାନ ଲାଭ କରିଥିବା ସନ୍ତୋଷ କୁମାର ମିଶ୍ରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ହୋଇଥିଲା।

ଏହି ଅବସରର ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ଶିକ୍ଷକ ପ୍ରଶିକ୍ଷଣ ଓ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ ଡ଼. ବିଜୟ କୁମାର ତ୍ରିପାଠୀ, ମୁଖ୍ୟ ବକ୍ତା ଭାବେ ନରସିଂହପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ସମ୍ମାନିତ ଅତିଥି ଭାବେ ପିମ୍ପଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ମିଶ୍ର, ଯଦୁପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ମିଶ୍ର, ବିଲଗାଡ଼ିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ମାନଧାତା, ମନ୍ଦାକିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁବାଷ ଚନ୍ଦ୍ର ବେହେରା, ଶିକ୍ଷକ ଆନନ୍ଦ ଚନ୍ଦ୍ର ପ୍ରଧାନ, ସାଧନ କେନ୍ଦ୍ର ସଂଯୋଜକ ସୁଧାକର ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଗୌରାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତିଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା। ବଜ୍ରକୋଟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ତଥା ନରସିଂହପୁର କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା ଅତିଥି ପରିଚୟ ପ୍ରଦାନ କରିଥିଲେ। ଅବସରର ନେବାକୁ ଥିବା ଆଦର୍ଶ ଶିକ୍ଷକ ସନ୍ତୋଷ କୁମାର ମିଶ୍ରଙ୍କ ବିଷୟରେ ସମସ୍ତେ ବକ୍ତବ୍ୟ ପ୍ରଦାନ କରି ପ୍ରଂଶସା କରିଥିଲେ।

ଶେଷରେ ବିଦ୍ୟାଳୟ ତରଫରୁ ମାନପତ୍ର ଓ ଉପଢୌକନ ପ୍ରଦାନ କରାଯାଇ ଶ୍ରୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।  ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ମାନପତ୍ର ପଠନ କରିଥିଲେ ଓ ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଅଙ୍ଗନବାଡି କର୍ମୀ ପୁଷ୍ପ ମଞ୍ଜରୀ ଦେଇ, କାନନବାଳା ସାହୁ, ଶିକ୍ଷକ ସନ୍ତୋଷ କୁମାର ଗୁରୁ, ଶିକ୍ଷୟତ୍ରୀ ପାର୍ବତୀ ସାହୁଙ୍କ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସମ୍ପୂର୍ଣ ସହଯୋଗ କରିଥିଲେ।

ନୟାଗଡ଼ ଜିଲ୍ଲା ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ବିଦାୟ ସମ୍ବର୍ଦ୍ଧନା ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.