ଚ଼ିଲିକା: ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ, ବଡକୂଳ ଠାରେ ଆୟୋଜିତ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇଥିଲେ।
ଏହି ମହୋତ୍ସବ ଛାତ୍ରଛାତ୍ରୀ ମାନଙ୍କ ଭିତରେ ଥିବା ଅନ୍ତର୍ନିହିତ ଗୁଣକୁ ପରିପ୍ରକାଶ କରିବାର ଏକ ମାଧ୍ୟମ।
ଆଜିକାଲିର ଜ୍ଞାନର ଯୁଗରେ ପିଲାମାନେ ସ୍କୁଲ ବହି ଭିତରେ ନିଜକୁ ସୀମିତ ନରଖି କ୍ରୀଡା, ନୃତ୍ୟ, ସଙ୍ଗୀତ, କଳା, ସମାଜସେବା ଆଦି ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ପ୍ରଦର୍ଶନ କରିବା ପାଇଁ ଚେଷ୍ଟା କରିବା ଉଚିତ। ଦୃଢ ଆତ୍ମବିଶ୍ଵାସ ଓ ସକରାତ୍ମକ ମନୋଭାବ ରହିଲେ ସଫଳତା ନିଶ୍ଚୟ ମିଳିବ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି।
ଏହି କାର୍ଯ୍ୟକ୍ରମ ଅବସରରେ ପୁରୀ ଲୋକସଭା ସାଂସଦ ଡ଼ାଃ ସମ୍ବିତ ପାତ୍ର, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ,ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଚ଼ିଲିକା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରିକାନାଥ ବେହେରା, ବଡ଼କୂଳ ଗ୍ରା:ପର ସରପଞ୍ଚ ପ୍ରହଲ୍ଲାଦ ବେହେରା, ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।