ବାଣପୁର: ଶିଶୁ ଦିବସ ଅବସରରେ ଶୁକ୍ରବାର ଦିନ ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ସ୍କୁଲ ଅଫ ଇଣ୍ଟେଗ୍ରାଲ ଏଜୁକେସନ ପରିସରରେ ଶିଶୁଦିବସ ପାଳନ ଓ ଆଇନ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତାଲୁକ ଆଇନା ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଯୋଗ ଦେଇଥିବା ବେଳେ ଅନ୍ୟ ଅତିଥିଭାବେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ଦାସ, ଫ୍ରଣ୍ଟ ଅଫିସ ରିଟେନର ରାମଚନ୍ଦ୍ର ପଲାଇ ଆଦି ଯୋଗ ଦେଇଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଶିଶୁ ଅଧିକାର, କିଶୋର ଯତ୍ନ ଓ ସୁରକ୍ଷା ଅଧିନିୟମ, ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ ଆଦି ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସଂକୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପରିଶେଷରେ ପ୍ରଧାନଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ।


