Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ

November 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ
ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ ଆଜି ସଂନ୍ଧ୍ୟାରେ ସ୍ଥାନୀୟ କୋର୍ଟ ପରିସର ମଧ୍ୟରେ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଡିଶାର ମହାଧିବକ୍ତା ପିତାମ୍ବର ଆଚାର୍ଯ୍ୟ ଯୋଗଦେଇଥିଲେ।

ବାଣପୁର ଓକିଲ ସଂଘର ସଭାପତି ବୃନ୍ଦାବନ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ସଂଘର ସମ୍ପାଦକ ଗୟାଚନ୍ଦ ଜଗଦୀଶ ପଟ୍ଟନାୟକ ବାର୍ଷିକ ବିବରଣୀ ପାଠ କରିଥିଲେ। ମୁଖ୍ୟ ଅତିଥି ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ବଳନ କରିବାପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ମୁଖ୍ୟ ଅତିଥି ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ତାଙ୍କ ଅଭିଭାଷଣରେ ନୂତନ ଆଇନ, ନୂତନ ଅଦାଲତ ଖୋଲିବା ଓ ରାଜ୍ୟ ସରକାରଙ୍କ ଦ୍ୱାରା ଆଇନ କ୍ଷେତ୍ରରେ ନିଆଯାଇଥିବା ବ୍ୟାପକ ସଂସ୍କାର ବିଷୟରେ ଉଲ୍ଲେଖ କରିଥିଲେ।

ରାଜ୍ୟର ଆଇନଜୀବୀ ମାନଙ୍କ କଲ୍ୟାଣ ପାଈଁ ରାଜ୍ୟ ସରକାର ଦୃଢ଼ ସଂକଳ୍ପବଦ୍ଧ।ବର୍ତ୍ତମାନ ସରକାରରେ ଓଡିଶା ଆଇନଜୀବୀ କଲ୍ୟାଣ ପାଣ୍ଠି ୫ କୋଟିରୁ ୧୦ କୋଟିକୁ ବୃଦ୍ଧି ହୋଇଛି ଏବଂ ବାଣପୁରରେ ଏଡ଼ିଜେ କୋର୍ଟ ପ୍ରତିଷ୍ଠା ନିମନ୍ତେ ଘୋଷଣା ହୋଇସାରିଛି। ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଦିଗରେ ଆଇନଜୀବୀ ମାନେ ପ୍ରମୁଖ ଭୂମିକା ନିର୍ବାହ କରୁଛନ୍ତି।ସମାଜରେ ବଞ୍ଚିତ ଓ ପଛୁଆ ବର୍ଗଙ୍କ ସେବାରେ ନିଜର କିଛି ବୃତ୍ତିଗତ ସମୟ ବିନିଯୋଗ କରି ସେବା ପ୍ରଦାନ କରିବା ସମସ୍ତ ଆଇନଜୀବୀ ମାନଙ୍କର ଲକ୍ଷ୍ୟ ହେବା ଆବଶ୍ୟକ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ପରିଶେଷରେ ସଂଘ ଉପ ସଭାପତି ପଦ୍ମଜା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା

May 20, 2026

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.