Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ
ଆଞ୍ଚଳିକ

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ
ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

ବାଣପୁର: ବାଣପୁର ସ୍ଥିତ ନେହେରୁ ସେବା ସଂଘର କନକ ଭବନ ପରିସରରେ ଭାରତର ସ୍ବାଧୀନତା ସଂଗ୍ରାମର ପ୍ରଥମ ଆଦିବାସୀ ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ତଥା ଜନ ଜାତୀୟ ଗୈ।ରଵ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନର ସମ୍ପାଦିକା ସରୋଜିନୀ ଦାସଙ୍କ ପରିଚାଳନାରେ ତଥା ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ନନ୍ଦ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଗୋଦାବରୀଶ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ସୁରପ୍ରତାପ ନରେନ୍ଦ୍ର ସିଂହ ବର୍ମା, ମୁଖ୍ୟ ବକ୍ତା ଭାବେ ଚିଲିକା ସାହିତ୍ୟ ସମାଜର ସଭାପତି କବି ଵାଳ ମୁକୁନ୍ଦ ଦାସ, ସମ୍ମାନିତ ଅତିଥି ଭାବେ ବରିଷ୍ଠ କବୟତ୍ରୀ କ୍ରିଷ୍ଣା ମିଶ୍ର, ଅନୁଷ୍ଠାନର କୋଷାଧ୍ୟକ୍ଷ ଓମ୍ ପ୍ରକାଶ ଅଗ୍ରୱାଲ, ବୀରେନ୍ଦ୍ର କୁମାର ତ୍ରିପାଠୀ, ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ବିର୍ସା ମୁଣ୍ଡାଙ୍କ ର ଦେଶପ୍ରେମ, ତ୍ୟାଗ ଓ ବଳିଦାନ ଉପରେ ସାରଗର୍ଭକ ଅଭିଭାଷଣ ପ୍ରଦାନ କରି ଅନ୍ତେବାସୀ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

ପ୍ରାରମ୍ଭରେ ନ୍ରୃସିହ ଚରଣ ମହାରଣା ଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠାନର ଛାତ୍ରୀମାନେ ଆବାହନ ସଙ୍ଗୀତ ଗାନ କରିଥିଲେ। ଅନୁଷ୍ଠାନ ର ପ୍ରକଳ୍ପ ସଂଯୋଜକ ପ୍ରଦୀପ କୁମାର ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କ୍ରୃତୀ ପ୍ରତି ଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଧନ୍ୟବାଦ ପ୍ରଦାନ କରିଥିଲେ ପ୍ରଦୀପ କୁମାର ଦାସ।

ନେହେରୁ ସେବା ସଂଘ ବାଣପୁର ଭଗବାନ ବିର୍ସା ମୁଣ୍ଡା ଶହୀଦ ବିର୍ସା ମୁଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026
Latest News

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026

ଟି-୨୦ ବିଶ୍ୱକପ୍ ମଧ୍ୟରେ ଭାରତୀୟ ଶିବିରରୁ ଖରାପ ଖବର: ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ

February 11, 2026

ଖଲିସ୍ତାନୀଙ୍କୁ ନିସ୍ତାର ନାହିଁ: ଡୋଭାଲଙ୍କ ଗସ୍ତ ପରେ SFJକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା କାନାଡା

February 11, 2026

ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

February 11, 2026

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.