ବାଣପୁର: ଆଜି ସରକାରଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ପରିସର ମଧ୍ୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାଣପୁର ସନାତନ ଜାଲିଙ୍କ ସଂଯୋଜନାରେ ମୋଟ ୯ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ୧୨ ଗୋଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ ପାଳନ ହୋଇଛି। ଏଥିରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି ଓ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ. ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମାଙ୍କ ସମେତ ଅଧ୍ୟାପକ ଓ ଅଧ୍ୟାପିକା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ଏଥିରେ ୩୬ ଗୋଟି ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇ ୧୨ ଜଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସ୍ତରକୁ ମନୋନୀତ କରାଯାଇଛି। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାତ କୁମାର ସେଠୀ ଧନ୍ୟବାଦ୍ ଅର୍ପଣ କରିଥିବା ବେଳେ ସମସ୍ତ ସିଆରସିସି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


