Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

November 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ
ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଏକ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ(ପ୍ରଥମ) ରଞ୍ଜୁବାଳା ଲେଙ୍କା, ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟା ଏକ୍କା ଓ ବରିଷ୍ଠ ଆଇନଜୀବୀ ପ୍ରଭାତ କୁମାର ପଟ୍ଟଯୋଶୀ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ।

ସମ୍ବିଧାନ ଦିବସର ମହତ୍ୱ, ପାଳନର ତାତ୍ପର୍ଯ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ସମସ୍ତ ବିଚାରପତି ଆଲୋକପାତ କରିଥିଲେ। ଆଲୋଚନା ଚକ୍ରରେ ବରିଷ୍ଠ ଆଇନଜୀବୀ ରମେଶ ବିଷୋୟୀ, ଜଳଧର ପ୍ରଧାନ, ଭବାନୀ ଶଙ୍କର ଶତପଥୀ, ବିନୋଦ ବିହାରୀ ସ୍ୱାଇଁ, ପ୍ରଦୋଷ ପ୍ରଧାନ, ଫ୍ରଣ୍ଟ ଅଫିସ ରିଟେନର ରାମଚନ୍ଦ୍ର ପଲାଇ ଆଦି ଭାଗ ନେଇଥିଲେ। ସମ୍ବିଧାନ ଦିବସ ଅବସରରେ ଏହାର ମୌଳିକ ଅଧିକାର ଓ ମୌଳିକ କର୍ତ୍ତବ୍ୟ ବିଷୟରେ ବିଚାରପତି ଶ୍ରୀ ମହାପାତ୍ର ଆଲୋଚନା କରିବା ସହିତ ସମସ୍ତେ ସମ୍ବିଧାନର ମୁଖବନ୍ଧ ପାଠ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମସ୍ତ ଆଇନଜୀବୀ, କୋର୍ଟର ସମସ୍ତ କର୍ମଚାରୀ ଓ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।

ଆଲୋଚନା ଚକ୍ର ବାଣପୁର ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.