Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

December 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର କୋର୍ଟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
ବାଣପୁର କୋର୍ଟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଣପୁର: ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ବାଣପୁର କୋର୍ଟ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଇପ୍ସିତା ପ୍ରିୟ ଏକ୍କା ମିଳିତ ଭାବେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଯୋଗଦେଇ ବିଭିନ୍ନ ବିଚାରଧୀନ ମାମଲାର ଫଇସଲା କରିଥିଲେ।ତତସହିତ ବିଭିନ୍ନ ବ୍ୟାଙ୍କର ପ୍ରାକ ବିବାଦୀୟ ମକଦ୍ଦମା ଗୁଡିକୁ ମଧ୍ୟ ଆପୋଷ ବୁଝାମଣା ମାଧ୍ୟମରେ ସମାଧାନ କରାଯାଇଥିଲା।

ଉକ୍ତ ଲୋକ ଅଦାଲତରେ ସମୁଦାୟ ୧୧୭ ଗୋଟି ମାମଲାର ଫଇସଲା ହୋଇଥିବା ବେଳେ ତନ୍ମଧ୍ୟରୁ ୮ ଗୋଟି ଦେୱାନୀ ମାମଲା ଏବଂ ୧୦୯ ଗୋଟି ଫୌଜଦାରୀ ମାମଲା ର ଫଇସଲା ହୋଇଥିଲା। ଉକ୍ତ ଲୋକ ଅଦାଲତରେ ବାଣପୁର ଓ ବାଲୁଗାଁର ବିଭିନ୍ନ ବ୍ୟାଙ୍କର ଅଧିକାରୀମାନେ ଅନାଦେୟ ଋଣ ଆଦାୟ ଲାଗି ମାମଲା ପରିଚାଳନାରେ ସହଯୋଗ କରିଥିଲେ।ବାଣପୁର ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଲୋକ ଅଦାଲତ ପରିଚାଳନାରେ ସହାୟତା କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

January 24, 2026

ଲେପଟନାଣ୍ଟ ଲକ୍ଷ୍ମୀପ୍ରିୟା ଚାନ୍ଦଙ୍କର ଦର୍ଶନ ଶାସ୍ତ୍ରରେ ପିଏଚ୍‌ଡି ଲାଭ

January 24, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026
Latest News

ମତ୍ସ୍ୟ ଚାଷୀ ଓ ପ୍ରାଣିପାଳକଙ୍କ ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

January 25, 2026

ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ ନେତାଜୀଙ୍କ ଜୀବନୀ ସମ୍ପର୍କିତ ଏକ ପୁସ୍ତିକା ଉନ୍ମୋଚିତ

January 25, 2026

ବାଙ୍କୀର ସମର୍ପଣ ଦ୍ୱାରା ରାଷ୍ଟ୍ରୀୟ ଯୁବ ଦିବସ: ବିବେକାନନ୍ଦ ଜୟନ୍ତୀ ଓ ନେତାଜୀ ଜୟନ୍ତୀ ପାଳିତ

January 25, 2026

ଉପ-ରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି

January 25, 2026

ଆଜି ଜାନୁୟାରୀ ୨୫ ତାରିଖ ରବିବାର, ସାତୋଟି ରାଶି ଉପରେ ମହାଦେବଙ୍କ ରହିଛି ଆର୍ଶିବାଦ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.