Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆଇନ ମନ୍ତ୍ରୀଙ୍କୁ ଭେଟିଲେ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ
ଆଞ୍ଚଳିକ

ଆଇନ ମନ୍ତ୍ରୀଙ୍କୁ ଭେଟିଲେ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ

December 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇନ ମନ୍ତ୍ରୀଙ୍କୁ ଭେଟିଲେ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ
ଆଇନ ମନ୍ତ୍ରୀଙ୍କୁ ଭେଟିଲେ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟ

ଭୁବନେଶ୍ଵର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରର ଅଗ୍ରଣୀ ଧାର୍ମିକ ଅନୁଷ୍ଠାନ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ସଭ୍ୟମାନେ ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ସରକାରୀ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଧାୟକଙ୍କ ଅନୁଦାନ ପାଣ୍ଠିରୁ ରଙ୍କନାଥ ଦେବଙ୍କ ମନ୍ଦିର ପରିସରରେ ଜାରି ରହିଥିବା ଉନ୍ନୟନ କାର୍ଯ୍ୟର ସ୍ଥିତି ବିଷୟରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ କମିଟିର ସଭ୍ୟମାନେ।

ତେବେ ମନ୍ଦିରର ଉନ୍ନୟନ କାର୍ଯ୍ୟ କ୍ଷିପ୍ରଗତିରେ ଜାରି ରହିଥିବାବେଳେ ଏହାକୁ ଆସନ୍ତା ମହାଶିବରାତ୍ରି ପୁର୍ବରୁ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା କମିଟିର ସଭ୍ୟମାନେ ମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ତେବେ ଏ ଦିଗରେ ସମ୍ପୂର୍ଣ୍ଣ ସହଯୋଗ ଜାରିରହିବ ବୋଲି ମନ୍ତ୍ରୀ କମିଟିର ସଭ୍ୟମାନଙ୍କୁ ନିର୍ଭର ପ୍ରତିଶୃତି ଦେଇଥିଲେ। ଏହି ଅବସରରେ କମିଟି ପକ୍ଷରୁ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।

ସୂଚନା ଥାଉକି ରଙ୍କନାଥ ଦେବଙ୍କ ମନ୍ଦିରର ଉକ୍ତ ଉନ୍ନୟନ କାର୍ଯ୍ୟଦ୍ୱାରା ବାଣପୁର ଓ ଏହାର ଆଖପାଖ ଅଞ୍ଚଳର ଶହ ଶହ ଭକ୍ତ ଉପକୃତ ହେବେ। କମିଟିର ସଭ୍ୟ ଯଥା ସନ୍ତୋଷ କୁମାର ଅଗ୍ରୱାଲ, ସୀତାରାମ ଅଗ୍ରୱାଲ, ଦେବଦତ୍ତ ପାତ୍ର, ଅଶୋକ ପାତ୍ର, ଆନନ୍ଦ ଅଗ୍ରୱାଲ, ଶିବ ପ୍ରଧାନ, ମନୋଜ ପାତ୍ର ଓ ଲୋକନାଥ ସାମନ୍ତରାୟ ପ୍ରମୁଖ ଉକ୍ତ ଗସ୍ତରେ ସାମିଲ ଥିଲେ।

ଧାର୍ମିକ ଅନୁଷ୍ଠାନ ରଙ୍କନାଥ ଦେବ ହନୁମାନ ଚାଳିଶା ଯଜ୍ଞ କମିଟି
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ୟୁରିକ୍ ଏସିଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଜାଣନ୍ତୁ କେଉଁ ଖାଦ୍ୟ ଖାଇବେ ଓ କାହାଠାରୁ ଦୂରେଇ ରହିବେ

October 7, 2026

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.