Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା
ଆଞ୍ଚଳିକ

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା
ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

ରଣପୁର: ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ନରସିଂହପୁର କ୍ଲଷ୍ଟରର ନାଟିମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଚାରି ଜଣ ଶିକ୍ଷକଙ୍କ ଅବସର ଓ ବିଦାୟ ଉପଲକ୍ଷେ ଏକ ଗରିମାମୟ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି। ଶିକ୍ଷକମାନଙ୍କର ଦୀର୍ଘ ବର୍ଷର ନିଷ୍ଠାପୂର୍ଣ୍ଣ ସେବା ଓ ଶିକ୍ଷା ମାଧ୍ୟମରେ ସମାଜ ଗଠନରେ ତାଙ୍କ ଅବଦାନକୁ ସ୍ମରଣ କରି ସଭା ଅତ୍ୟନ୍ତ ଆତ୍ମୀୟତାପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲା ଶିକ୍ଷକ ଓ ଶିକ୍ଷା ପ୍ରତିଷ୍ଠାନ ଅଧ୍ୟକ୍ଷ ବିଜୟ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷକମାନେ ସମାଜର ମେରୁଦଣ୍ଡ ବୋଲି କହିଥିଲେ। ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ଶିକ୍ଷକଙ୍କ ନିଷ୍ଠା, ତ୍ୟାଗ ଓ ଶିକ୍ଷା ପ୍ରତି ସମର୍ପଣକୁ ଉଚ୍ଚ ପ୍ରଶଂସା କରିଥିଲେ।

ସମ୍ମାନିତ ଅତିଥି ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଜ୍ୟୋତି ରଂଜନ ଦାଶ, ପ୍ରାକ୍ତନ ସାଧନ କେନ୍ଦ୍ର ସଂଯୋଜକ ଶକ୍ତି ପ୍ରସାଦ ଆଚାର୍ଯ୍ୟ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ନୀଳାଦ୍ରି ବିହାରୀ ସୁବୁଦ୍ଧି, ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ଶିକ୍ଷାବିଦ୍‌ ଜଗନ୍ନାଥ ଦାଶ ଓ ବ୍ରଜବନ୍ଧୁ ଜେନା, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସରସ୍ବତୀ ରାଉତରାୟ, ସମାଜସେବୀ ବସନ୍ତ ଦାଶ ପ୍ରମୁଖ ଯୋଗଦେଇ ସଭାକୁ ଉଜ୍ଜ୍ୱଳ କରିଥିଲେ।

ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଅତିଥିମାନଙ୍କୁ ଚନ୍ଦନ, ଫୁଲମାଳ ଓ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ପ୍ରଥମ ଛାତ୍ର ଲୋକନାଥ ସାହୁ ଓ ଜଳଧର ମାର୍ଥାଙ୍କୁ ବିଶେଷ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶିକ୍ଷକ ରମେଶ ଚନ୍ଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଭ୍ରମରବର ତାଡ଼ ଶ୍ଳୋକ ପଠନ କରି ସଭାକୁ ଆଧ୍ୟାତ୍ମିକ ମର୍ଯ୍ୟାଦା ପ୍ରଦାନ କରିଥିଲେ।

ଶିକ୍ଷକତାରୁ ଅବସର ଗ୍ରହଣ କରିଥିବା ମନୋଜ କୁମାର ବିଶ୍ୱାଳ, ପ୍ରଭାକର ଭୋଇ, ପ୍ରଫୁଲ ପ୍ରଧାନ ଓ ପଦୋନ୍ନତି ପାଇ ଅନ୍ୟତ୍ର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ମନୋରଞ୍ଜନ ମହାରଣାଙ୍କୁ ମାନପତ୍ର, ପୁଷ୍ପଗୁଛ ଓ ଉପଢ଼ୌକନ ପ୍ରଦାନ କରି ଗରିମାମୟ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।

ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଏଲଷା ପରିଡା ଓ ପ୍ରଲିପ୍ତା ଜେନାଙ୍କ ହୃଦୟସ୍ପର୍ଶୀ ବକ୍ତବ୍ୟ ସଭାସ୍ଥଳରେ ଭାବପ୍ରବଣ ପରିବେଶ ସୃଷ୍ଟି କରିଥିଲା। କ୍ଲଷ୍ଟରର ସମସ୍ତ ଶିକ୍ଷକ–ଶିକ୍ଷୟତ୍ରୀ ବିଦାୟୀ ଶିକ୍ଷକଙ୍କ ଉଦ୍ଦେଶ୍ୟରେ ସ୍ନେହଭରା ଓ ଉଚ୍ଚକୋଟିର ବକ୍ତବ୍ୟ ରଖିଥିଲେ।

ଶେଷରେ ଭାଗବତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ସଫଳତାରେ ଅଜୟ କୁମାର ସାହୁ, ସୁକାନ୍ତ କୁମାର ବେହେରା, ରାଜକିଶୋର ଦୋରା, ରମେଶ ଚନ୍ଦ୍ର ନାୟକ, ଶରତ ନାୟକଙ୍କ ସହ କ୍ଲଷ୍ଟରର ସମସ୍ତ ଶିକ୍ଷକ–ଶିକ୍ଷୟତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ ଓ ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିଲେ।

ନରସିଂହପୁର କ୍ଲଷ୍ଟର ବିଦାୟ ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆଜିଠାରୁ ଆରମ୍ଭ ହେଲା ନବରାତ୍ରି: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

ବାରବାଙ୍କୀରୁ ବହରାଇଚ୍ ୪-ଲେନ୍ ପ୍ରବେଶ-ନିୟନ୍ତ୍ରିତ ଜାତୀୟ ରାଜପଥ ନିର୍ମାଣକୁ ଅନୁମୋଦନ

March 19, 2026

କୁଏତର ଯୁବରାଜଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

March 19, 2026

‘ବନ୍ଦେ ଭାରତ ଚେୟାର କାର୍ ସର୍ଭିସ୍’ ର ସମ୍ପ୍ରସାରଣ ପାଇଁ ରାଜ୍ୟମାନଙ୍କର ସହାୟତା ଲୋଡିଲା କେନ୍ଦ୍ର

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.