Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ
ଆଞ୍ଚଳିକ

ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

December 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ
ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବହୁ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଶିକ୍ଷା, ସଂସ୍କୃତି ଓ ସୃଜନଶୀଳତାର ସମନ୍ୱୟରେ ଏହି ଉତ୍ସବ ଅଞ୍ଚଳବାସୀଙ୍କ ମନକୁ ଆକର୍ଷିତ କରିଥିଲା।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସହ ନୀତିମୂଳ୍ୟ ଓ ସଂସ୍କାର ଗଢ଼ିବା ପାଇଁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ ଶିକ୍ଷାର ଗୁଣମାନ ଉନ୍ନତି ଓ ଛାତ୍ରଛାତ୍ରୀଙ୍କ ସମଗ୍ର ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ।

ସମ୍ମାନିତ ଅତିଥି ଭାବେ ରଣପୁର ଏନ.ପି.ଏସ. ଶିକ୍ଷକ ସଙ୍ଘର ସଭାପତି ଜ୍ୟୋତି ରଞ୍ଜନ କର, ସମ୍ପାଦକ ପବିତ୍ର ମୋହନ ସାମନ୍ତରାୟ, ନରସିଂହପୁର କ୍ଲଷ୍ଟର ସି.ଆର.ସି.ସି ସୁଶୀଲ କୁମାର ରଣା, ଖଇରପଲି ସି.ଆର.ସି.ସି ଅଶୋକ କୁମାର ବେହେରା, ଶିକ୍ଷାବିତ ପ୍ରଫୁଲ କୁମାର ରାଉତ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ସାମନ୍ତରାୟ, ଶିକ୍ଷାବିତ ରାମଚନ୍ଦ୍ର ଷଣ୍ଢ ଓ ଭିକାରୀ ଚରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଲେଶ୍ୱର ପରିଡା ବାର୍ଷିକ କାର୍ଯ୍ୟ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ସୁଧାକର ସେଠି ସୁଚାରୁ ଭାବେ ମଞ୍ଚ ସଂଚାଳନ କରିଥିଲେ।

ସଭା ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ମାନିତ କରିଥିଲେ। ଏହା ପରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ଆକର୍ଷଣୀୟ ସାଂସ୍କୃତିକ ନୃତ୍ୟ ଓ ପୌରାଣିକ ନାଟକ ଦର୍ଶକମାନଙ୍କୁ ମନମୁଗ୍ଧ କରିଥିଲା।

ଶେଷରେ ଶିକ୍ଷକ କାହ୍ନୁ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ସଫଳ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟତ୍ରୀ, ପରିଚାଳନା କମିଟି ସଦସ୍ୟସଦସ୍ୟା ଓ ଗ୍ରାମବାସୀଙ୍କ ସକ୍ରିୟ ସହଯୋଗ ଉଲ୍ଲେଖନୀୟ ଥିଲା।

ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.