Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ
ଆଞ୍ଚଳିକ

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ
ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

ବାଣପୁର: ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ବର ସ୍ଥିତ ଭେଟିନାଥଦେବ ପିଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ବିଦ୍ୟାଳୟ ସ୍ତରୀୟ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଛନ୍ତି।

ଭାରତବର୍ଷର ବିଦ୍ୟାଳୟମାନଙ୍କରେ ଯେଉଁ ପିଲାମାନେ ପାଠ ପଢ଼ୁଛନ୍ତି ସେମାନଙ୍କ ମଧ୍ୟରେ ନେତୃତ୍ୱ ସୃଷ୍ଟି ହେଉ।ସେଥିପାଇଁ ଅତୀତରେ ମହାପୁରୁଷମାନେ ବହୁମୁଖୀ ଶିକ୍ଷା ବାବଦରେ କହିଯାଇଛନ୍ତି। ପାଠ୍ୟକ୍ରମ ବ୍ୟତୀତ ଶିକ୍ଷାର ବିଭିନ୍ନ ଦିଗରେ ଏବଂ ବ୍ୟବହାରିକ ଜ୍ଞାନ ଦିଗରେ ସେମାନେ ନିଜର ପରିଚୟ ତିଆରି କରନ୍ତୁ।ଫଳରେ ସମାଜରେ ପ୍ରତିଷ୍ଠିତ ହେବା ପାଇଁ ନିଜକୁ ତିଆରି କରିବା ବେଳେ ସେମାନଙ୍କ ରାସ୍ତା ସୁଗମ ହୋଇପାରିବ। ଏହି ଉଦ୍ଦେଶ୍ୟରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାଠ୍ୟକ୍ରମ ସହିତ ଅନ୍ୟ ଦିଗକୁ ଆଖି ଆଗରେ ରଖି ପିଏମ୍‌ଶ୍ରୀ ସ୍କୁଲର ପରିକଳ୍ପନା କରିଥିଲେ।

ଏହି ପିଏମ୍.ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆମ ଅଞ୍ଚଳର ଶିକ୍ଷା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସଦୃଶ। ଏହି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଶୃଙ୍ଖଳାର ସହ ଶିକ୍ଷା ଗ୍ରହଣ କରି ସମଗ୍ର ଅଞ୍ଚଳ‌ ତଥା ରାଜ୍ୟ ପାଇଁ ଗୌରବ ଆଣନ୍ତୁ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ପରାମର୍ଶ ଦେଇଛନ୍ତି।

ଆଜିର ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂ‌ହ, ଭେଟେଶ୍ବର ଗ୍ରାମ ପଞ୍ଚାୟତର ସରପଞ୍ଚ ସାବିତ୍ରୀ ଭୋଳ, ବାଣପୁର ବ୍ଲକ ଶିକ୍ଷାଧିକାରୀ ସନାତନ ଜାଲି, ବିଦ୍ୟାଳୟ ଆଲୁମିନି ଆସୋସିଏସନର ସଭାପତି ଶଶୀକାନ୍ତ ସୁବୁଦ୍ଧି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସତ୍ୟନାରାୟଣ ରଣା, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଗଜେନ୍ଦ୍ର ପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ପିଏମ୍ ଶ୍ରୀ ପିଏମ୍.ଶ୍ରୀ ଉତ୍ସବ ପୃଥ୍ୱୀରାଜ ହରିଚନ୍ଦନ ବାର୍ଷିକ ଉତ୍ସବ ଭେଟେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.