Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ
ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ଦର୍ଶନ ବିଭାଗ ଓ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ (ଉଭୟ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ମାନଙ୍କ ମିଳିତ ପ୍ରୟାସରେ ସୋମବାର ଦିନ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଜାତୀୟ ବିଜ୍ଞାନ ଶିକ୍ଷା ଏବଂ ଗବେଷଣା ପ୍ରତିଷ୍ଠାନର ଅର୍ଥନୀତି ବିଭାଗର ସହଯୋଗୀ ପ୍ରାଧ୍ୟାପକ ଡଃ ଅମରେନ୍ଦ୍ର ଦାସ ମୁଖ୍ଯ ଅତିଥିରୂପେ ଯୋଗଦେଇ ବିବେକାନନ୍ଦ ଙ୍କ ଜୀବନୀର ଅନେକ ଉଦାହରଣ ଦେଇ ପ୍ରାୟ ୪୫ ମିନିଟ କାଳ ତାଙ୍କ ଯାଦୁକରୀ ଅଭିଭାଷଣରେ ଛାତ୍ରଛାତ୍ରୀମାନଙ୍କୁ ବାନ୍ଧି ରଖିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡା ଶୁରପ୍ରତାପ ନରେନ୍ଦ୍ର ସିଂହ ବର୍ମା ସଭାପତିତ୍ବ କରି ବିବେକାନନ୍ଦ ଙ୍କ ଜୀବନୀରୁ ଯୁବକ ମାନେ କିପରି ରାଷ୍ଟ୍ର ନିର୍ମାଣ ଦିଗରେ ସହାୟ ହେବେ ଛାତ୍ରଛାତ୍ରୀମାନଙ୍କୁ ଆହ୍ବାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବିବେକାନନ୍ଦ କେନ୍ଦ୍ର ବାଣପୁରର ସତ୍ୟ ନାରାୟଣ ଷଡଙ୍ଗୀ, ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା, ବାଣିଜ୍ୟ ବିଭାଗୀୟ ମୁଖ୍ୟ ଓ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଜୟନ୍ତ କୁମାର ବିହାରୀ, ମହାବିଦ୍ୟାଳୟର ପୂର୍ବତନ କ୍ରୀଡା ଶିକ୍ଷକ ବୈରାଗୀ ଚରଣ ବଳ ପ୍ରମୁଖ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମ ଗୋଦାବରୀଶ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ଲକ୍ଷ୍ମୀପ୍ରିୟା ପଲାଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମହାବିଦ୍ୟାଳୟର ଦର୍ଶନ ବିଭାଗୀୟ ମୁଖ୍ୟ ହିଟଲର ବେହେରା ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ଶେଷରେ ମହାବିଦ୍ୟାଳୟର ଦର୍ଶନ ବିଭାଗ ଅଧ୍ୟାପକ ଅଶ୍ବିନୀ କୁମାର ବାରିକ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମ ସମାପ୍ତ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ଜାତୀୟ ଯୁବ ଦିବସ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.