Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ
ଆଞ୍ଚଳିକ

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ

January 30, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ
ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ

ବାଣପୁର: ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ ଉତ୍ସବ ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ମହା ସମାରୋହରେ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଆଇନ ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ କରି ଉପସ୍ଥିତ ଛାତ୍ରୀ, ଅଭିଭାବକ, ଅଭିଭାବିକା, ଦର୍ଶକଙ୍କୁ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଉପରେ ଗୁରୁତ୍ବ ଦେଇ ଜୀବନକୁ ସରସ ସୁନ୍ଦର କରିବା ପାଇଁ ଜୀବନ ର ମାର୍ଗ ଦର୍ଶନ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଭାବେ “ବିଶ୍ୱମୁକ୍ତି” ପତ୍ରିକା ର ସମ୍ପାଦକ ପ୍ରଫେସର ଶଶାଙ୍କ ଚୁଡ଼ାମଣି ଯୋଗଦେଇ ଭଲ ମଣିଷ ଟିଏ ହେବାପାଇଁ ଆହ୍ୱାନ କରିଥିଲେ। ସମ୍ମାନିତ ଅତିଥି ଭାବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକ ଯୋଗଦେଇ ବିଦ୍ୟାଳୟ ର ବିଭିନ୍ନ ସମସ୍ୟା ଗୁଡିକ ସମାଧାନ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀ ସ୍ୱାଗତ ଭାଷଣ ଓ ବାର୍ଷିକ ବିବରଣୀ ପାଠ କରିଥିଲେ।

ଏହି ଅବସରରେ ଚଳିତ ବର୍ଷ ଅବସର ଗ୍ରହଣ କରିବାକୁ ଥିବା ବିଦ୍ୟାଳୟ ର ଅଧ୍ୟାପକ ପ୍ରଶାନ୍ତ କୁମାର ଦାଶ, ଡେମୋନଷ୍ଟେଟର ରବିନ୍ଦ୍ର କୁମାର ମାର୍ଥା, ଚତୁର୍ଥ ଶ୍ରେଣୀ କର୍ମଚାରୀ ରଜନୀ କାନ୍ତ ମହାପାତ୍ର ଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ରେ ସମ୍ମାନିତ କରାଯାଇଥିଲା। ଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ପ୍ରତିବର୍ଷ ଭଳି ଚଳିତ ବର୍ଷ କ୍ରୀଡା ଚମ୍ପିୟାନ ଭାବେ ବିଦ୍ୟାଳୟ ର ଛାତ୍ରୀ ପୂଜା ପ୍ରଧାନ ଓ ଅନୁସୂୟା ଶବର ଙ୍କୁ ସରିତା ମେମୋରିଆଲ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ଯୁକ୍ତ ଦୁଇ ପରୀକ୍ଷାରେ ସର୍ବାଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଦୀପାଂଶୁ ପଟ୍ଟନାୟକଙ୍କୁ କୀର୍ତ୍ତି ସାମନ୍ତରାୟ ମେମୋରିଆଲ ଟ୍ରଫି ପ୍ରଦାନ କରାଯାଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମ ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀ ମାନଙ୍କୁ ରାଧାକୃଷ୍ଣ ରାମ୍ ମେମୋରିଆଲ ଟ୍ରଫି ପ୍ରଦାନ କରାଯାଇଥିଲା।

ଶେଷରେ ଅଧ୍ୟାପକ ପ୍ରଶାନ୍ତ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। କମ୍ପ୍ୟୁଟର ପ୍ରଶିକ୍ଷକ ଶିବ ଶଙ୍କର ପଣ୍ଡାଙ୍କ ପରିଚାଳନାରେ ବିଦ୍ୟାଳୟ ଛାତ୍ରୀ ମାନଙ୍କ ଦ୍ଵାରା ସଂ।ସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅଧ୍ୟାପକ ମନୋଜ ମହାପାତ୍ର, ଅଧ୍ୟାପିକା ପ୍ରମୋଦିନୀ ସାମନ୍ତରାୟ, କଲ୍ୟାଣୀ ବୈରିଗଞ୍ଜନ, ସୁଚିତ୍ରା ଦାସ, ରୋଜାଲିନ୍ ଦାସ, ସାଗରୀକା ଦାସଙ୍କ ସମେତ କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ, କସ୍ତୁରୀ ପଟ୍ଟନାୟକ, ଅକ୍ରୁର ପ୍ରଧାନ, ଅଶୋକ ସ୍ୱାଇଁ, ସିଦ୍ଧେଶ୍ୱର ନରେନ୍ଦ୍ରସିଂହ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026
Latest News

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026

ଆସନ୍ତାକାଲିଠାରୁ ଶୁଦ୍ଧ ପେଟ୍ରୋଲ?: ସ୍ପଷ୍ଟ କଲେ ସରକାର

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.