ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ପ୍ରଧାନଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବାଟଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ପ୍ରଫୁଲ୍ଲ କୁମାର ପ୍ରଧାନ, ମୁଖ୍ୟ ବକ୍ତା ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଭୀମସେନ ବେହେରା, ସମ୍ମାନୀତ ଅତିଥି ଭାବରେ ସାମ୍ବାଦିକ ତଥା ଶିଶୁସାହିତ୍ୟିକ କନ୍ଦର୍ପ ବେହେରା, ଗୋଗୁଆ ପଂଚାୟତ ର ସରପଞ୍ଚ ଧନେଶ୍ୱର ସାହୁ, ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ରଶ୍ମିତା ନାଏକ, ଖେଳ ଶିକ୍ଷକ ପ୍ରକାଶ ଚନ୍ଦ୍ର ପଣ୍ଡା ପ୍ରମୁଖ ଯୋଗଦେଇ ସବୁବେଳେ ଖୋଲା ମନ ରଖିବା, ବହୁତ ପୁସ୍ତକ ପଢିବା , ପିଲାମାନଙ୍କୁ ଚାପ ଗ୍ରସ୍ତ କରିବା ଉଚିତ ନୁହଁ ବୋଲି ପ୍ରକାଶ କରିଥିଲେ।
ବାର୍ଷିକ କ୍ରୀଡା ପ୍ରତି ଯୋଗିତାରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମ କୁ ସହକାରୀ ଶିକ୍ଷକ ଅରବିନ୍ଦ ଥାଟି ପରିଚାଳନା କରିଥିଲେ।


