Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ
ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

ବାଣପୁର: ମହାଶିବରାତ୍ରି ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟିର ନୂତନ ପ୍ରବଚନ ମଣ୍ଡପକୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଶୁଭ ଉଦଘାଟନ କରିଛନ୍ତି। ଏହି ଅବସରରେ ମାନ୍ୟବର ମନ୍ତ୍ରୀଙ୍କୁ କମିଟିର ସଦସ୍ୟ ମାନେ ଭବ୍ୟ ସ୍ୱାଗତ କରିଥିଲେ। ମନ୍ତ୍ରୀଙ୍କ ନିଜସ୍ୱ ଅନୁଦାନରୁ ନିର୍ମିତ ହୋଇଥିବା ଉକ୍ତ ପ୍ରବଚନ ମଣ୍ଡପ ମନ୍ଦିର ଉନ୍ନତିରେ ବିଶେଷ ସହାୟକ ହେବ। ଭକ୍ତମାନଙ୍କ ସୁବିଧା ନିମନ୍ତେ ନିର୍ମିତ ଉକ୍ତ ମଣ୍ଡପ ଦ୍ୱାରା ଅଞ୍ଚଳବାସୀ ମଧ୍ୟ ବିଶେଷ ଉପକୃତ ହେବେ। ମାନ୍ୟବର ମନ୍ତ୍ରୀଙ୍କ ଉକ୍ତ ମହତ ଅବଦାନ ପାଇଁ ହନୁମାନ ଚାଳିଶା ଯଜ୍ଞ କମିଟି ପକ୍ଷରୁ ମନ୍ତ୍ରୀଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

ଏହି ଅବସରରେ ପ୍ରଭୁଙ୍କ ଅସୀମ କୃପାରେ ଏହି ନୂତନ ପ୍ରବଚନ ମଣ୍ଡପ ଧାର୍ମିକ ଓ ଆଧ୍ୟାତ୍ମିକ କାର୍ଯ୍ୟକଳାପରେ ଏକ ନୂତନ ପ୍ରେରଣା କେନ୍ଦ୍ର ଭାବେ ପରିଣତ ହେଉ ବୋଲି ମନ୍ତ୍ରୀ କାମନା କରିଥିଲେ। ତତସହିତ ଖୁବ କମ ସମୟ ମଧ୍ୟରେ ଏପରି ବିଶାଳ ମଣ୍ଡପର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବାରୁ କମିଟିର ସଦସ୍ୟଙ୍କୁ ସାଧୁବାଦ ଜଣାଇଥିଲେ। ଉକ୍ତ ଉଦଘାଟନ ଉତ୍ସବରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ, ସମାଜସେବୀ ନନ୍ଦ କିଶୋର ମିଶ୍ର ଓ ଜିତେନ୍ଦ୍ର ଭୋଳଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଓ ଶତାଧିକ ଭକ୍ତ ଉପସ୍ଥିତ ଥିଲେ।

ପ୍ରବଚନ ମଣ୍ଡପ ଶ୍ରୀ ଶ୍ରୀ ଶ୍ରୀ ରଙ୍କନାଥ ଦେବ ହନୁମାନ ଚାଳିଶା ଯଜ୍ଞ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

ନା ବିରାଟ, ନା ରୋହିତ…ଏହି ଭାରତୀୟ ଖେଳାଳିଙ୍କୁ ବୋଲିଂ କରିବା କଷ୍ଟ: ଜୋଫ୍ରା ଆର୍ଚରଙ୍କ ବଡ ବୟାନ

June 22, 2026

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.