ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମାଙ୍କ ଖୋର୍ଦ୍ଧା ବ୍ଲକ୍ ଅନ୍ତର୍ଗତ ନାଲିପଡା ଅର୍ଜୁନ ପୂର୍ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପଲ୍ଲୀରେ ପ୍ରଶାସନ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଜନଶୁଣାଣୀ ଶିବିରରେ ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା, ଲାଡେ ଗଜାନନ ଦୟାନନ୍ଦ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ସଂକଳ୍ପ ସ୍ଵସ୍ତିକ ସାହୁ,ବି ଡି ଓ, ଖୋର୍ଦ୍ଧା କ୍ଷୀରାବ୍ଧି ତନୟା ସାହୁ, ତହସିଲଦାର, ଖୋର୍ଦ୍ଧା, ବିଭାଷ ପାଣିଗ୍ରାହୀ ସହକାରୀ ଜିଲ୍ଲାପାଳ ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ।
ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୩୮ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୩୧ ଗୋଟି ଏବଂ ଗ୍ରାମୀଣ ସମସ୍ୟାଜନିତ ୦୭ ଗୋଟି ଅଭିଯୋଗ ଆସିଥିଲା। ଶିବିରରେ ତତ୍କାଳ ୦୬ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଶିକ୍ଷା, ସ୍ଵାସ୍ଥ୍ୟ, ଗମନାଗମନ, କୃଷି,ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସେବା ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ।


