ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ନବ କିଶୋର ମହାନ୍ତିଙ୍କ ବିୟୋଗରେ ମହାବିଦ୍ୟାଳୟ ପକ୍ଷରୁ ଅଧ୍ୟକ୍ଷ ଡଃ ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ବରେ ଏକ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ବୃନ୍ଦ ଓ କର୍ମଚାରୀଗଣ ତାଙ୍କ ଅମର ଆତ୍ମାର ସଦଗତି କାମନା ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ।
ମହାବିଦ୍ୟାଳୟକୁ ଶିକ୍ଷା, ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରରେ ଉନ୍ନତି କରିବା ଏବଂ ଅନୁଷ୍ଠାନକୁ ଶିଖରରେ ପହଞ୍ଚାଇବାରେ ପ୍ରଫେସର ନବକିଶୋର ମହାନ୍ତିଙ୍କ ଅନବଦ୍ୟ ଅବଦାନ ରହିଥିଲା ଏବଂ ତାଙ୍କର ଦାୟିତ୍ବବୋଧତା, ସମୟାନୁବର୍ତ୍ତିତା, କର୍ତ୍ତବ୍ୟନିଷ୍ଠ, ସଚ୍ଚୋଟତା ଫଳରେ ସେ ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ମାନଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିଥିଲେ।
ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ, ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ଃ କୈଳାସ ଚନ୍ଦ୍ର ମହାରଣା ପ୍ରମୁଖ ପ୍ରଫେସର ମହାନ୍ତିଙ୍କ ଅବର୍ତ୍ତମାନରେ ତାଙ୍କ କର୍ମମୟ ଜୀବନ ସମ୍ପର୍କରେ ମତବ୍ୟକ୍ତ କରି ସ୍ମୃତିଚ଼ାରଣ କରିଥିଲେ।


