Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ
ଆଞ୍ଚଳିକ

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ
ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ମହତପଲ୍ଲା ଗ୍ରାମର ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ ମହତପଲ୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୨୦୨୫-୨୦୨୬ ଶିକ୍ଷା ବର୍ଷର ବାର୍ଷିକ ଉତ୍ସବ ଅତ୍ୟନ୍ତ ଆଡମ୍ବରମୟ ଓ ଉତ୍ସାହମୟ ପରିବେଶରେ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିସର ରଙ୍ଗିନ ସାଜସଜ୍ଜା, ପ୍ରଦର୍ଶନୀ ଓ ସାଂସ୍କୃତିକ ମଞ୍ଚରେ ଉତ୍ସବମୟ ରୂପ ଧାରଣ କରିଥିଲା।

ଏହି ଉତ୍ସବରେ ପୂର୍ବତନ ଜିଲ୍ଲା ଶିକ୍ଷା ଅଧିକାରୀ ଅଭୟ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷାର ଗୁଣତ୍ୱ ବୃଦ୍ଧି ଓ ଛାତ୍ରଛାତ୍ରୀଙ୍କ ନୈତିକ ମୂଲ୍ୟବୋଧ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ। ମହତପଲ୍ଲା ସରପଞ୍ଚ ବିନୋଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ବକ୍ତା ଭାବେ ଅଭିଭାଷଣ ଦେଇ ବିଦ୍ୟାଳୟର ସମଗ୍ର ଉନ୍ନତି ପାଇଁ ସମସ୍ତଙ୍କ ସମନ୍ୱିତ ପ୍ରୟାସ ଆବଶ୍ୟକ ବୋଲି କହିଥିଲେ।

ସମ୍ମାନିତ ଅତିଥି ଭାବେ ସମିତିସଭ୍ୟ ଧୀରେନ୍ଦ୍ର ସାମନ୍ତରାୟ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ବିଶ୍ୱଜିତ ମହାପାତ୍ର, ସମ୍ପାଦକ ଅଶୋକ କୁମାର ବେହେରା, ଏନ.ପି.ଏସ. ଶିକ୍ଷକ ସଙ୍ଘ ସଭାପତି ଜ୍ୟୋତି ରଞ୍ଜନ କର, ନରସିଂହପୁର କ୍ଲଷ୍ଟର ସି.ଆର.ସି.ସି ତଥା ବ୍ଲକ ମିଡ଼ିଆ କୋର୍ଡିନେଟର ସୁଶୀଲ କୁମାର ରଣା, ଗୋପାଳପୁର କ୍ଲଷ୍ଟର ସି.ଆର.ସି.ସି ଚିତ୍ତରଞ୍ଜନ କୁଣ୍ଡ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିଭୁ ପ୍ରସାଦ ସାହୁ, ପଞ୍ଚସଖା ଶିକ୍ଷାସେତୁ ଯୋଜନାର ଦୁର୍ଯ୍ୟୋଧନ ବଳିୟାରସିଂହ, ଶିକ୍ଷାବିତ୍ ପ୍ରଫୁଲ ବିଶ୍ୱାଳ, ମହେନ୍ଦ୍ର ସୁବୁଦ୍ଧି ଓ ବାଳକୃଷ୍ଣ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଗୌରବାନ୍ୱିତ କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍ସବର ମୁଖ୍ୟ ଆକର୍ଷଣ ଥିଲା। ବିଦ୍ୟାଳୟର ଶିକ୍ଷକ ସଞ୍ଜୟ କୁମାର ଦାସ, କଳା ଶିକ୍ଷକ ଭାସ୍କର ସ୍ୱାଇଁ, କଳ୍ପନା ଜେନା ଓ ରଶ୍ମିତା ସାହୁଙ୍କ ସ୍ୱରଚିତ ଓ ନିଜସ୍ୱ ଲେଖା ନାଟକ, କବିତା ଓ ସଙ୍ଗୀତ ପରିବେଷଣ ଦର୍ଶକମାନଙ୍କୁ ମନମୁଗ୍ଧ କରିଥିଲା। ଛାତ୍ରଛାତ୍ରୀମାନେ ତାଙ୍କର ନୃତ୍ୟ, ଗୀତ ଓ ନାଟ୍ୟ ପ୍ରଦର୍ଶନରେ ଅପାର ପ୍ରତିଭାର ପରିଚୟ ଦେଇଥିଲେ।

ଏହି ଅବସରରେ ଶିକ୍ଷା, କ୍ରୀଡ଼ା, ସାଂସ୍କୃତିକ ଓ ଅନ୍ୟାନ୍ୟ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ଓ ପ୍ରଶଂସାପତ୍ର ପ୍ରଦାନ କରି ଉତ୍ସାହିତ କରିଥିଲେ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ସମସ୍ତ କାର୍ଯ୍ୟକ୍ରମ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଓ ସୁଚାରୁ ଭାବେ ପରିଚାଳିତ ହୋଇଥିଲା।

ଶିକ୍ଷକମାନଙ୍କ ସମନ୍ୱିତ ପ୍ରୟାସ ଓ ଅଭିଭାବକ ତଥା ଗ୍ରାମବାସୀମାନଙ୍କ ସକ୍ରିୟ ସହଯୋଗରେ ଏହି ବାର୍ଷିକ ଉତ୍ସବ ସଫଳତାର ସହ ସମ୍ପନ୍ନ ହୋଇଥିବାରୁ ସମସ୍ତ ମହଲରେ ପ୍ରଶଂସା ପ୍ରକାଶ ପାଇଛି।

ନୟାଗଡ଼ ଜିଲ୍ଲା ବାର୍ଷିକ ଉତ୍ସବ ମହତପଲ୍ଲା ଗ୍ରାମ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026
Latest News

ଏସଆଇଆର ନିଷ୍ପତ୍ତି ସର୍ବସମ୍ମତିକ୍ରମେ ନିଆଯାଇଥିଲା: ନିର୍ବାଚନ ଆୟୋଗ

September 27, 2026

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବେଦାନ୍ତ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ

September 27, 2026

ଆଜି ସେପ୍ଟମ୍ବର ୨୭ ତାରିଖରେ ପାଞ୍ଚଟି ରାଶିର ବୁଲିଲା ଭାଗ୍ୟ ଚକ୍ର

September 27, 2026

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.