Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ
ଆଞ୍ଚଳିକ

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ
ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

ବାଲୁଗାଁ: ରବିବାର ଅପରାହ୍ନରେ ବାଲୁଗାଁ ସ୍ଥିତ ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ବୋର୍ଡ ସଭାପତି ବିଜୟ କୁମାର ନନ୍ଦଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ବକ୍ତା ଭାବେ କିଟ୍ ଓ କିସ ଉପଦେଷ୍ଟା ଶଶାଙ୍କ ଚୂଡା ମଣି, ସମ୍ମାନୀତ ଅତିଥି ଭାବେ ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ବେହେରା, ପରିଚାଳନା ବୋର୍ଡ ସମ୍ପାଦକ କ୍ୟାପଟେନ ଭବାନୀ ପ୍ରସାଦ ହୋତା, ବିଦ୍ୟାଳୟ ପରିଚାଳନା କମିଟି ଆବାହକ ଡ ଜୟନ୍ତୀ ସାମଲ ପ୍ରମୁଖ ଯୋଗ ଦେଇଥିଲେ।

ବିଦ୍ୟାଳୟ ପରିଚାଳନା ବୋର୍ଡ ସମ୍ପାଦକ ସ୍ବାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷ ନୀଳାଦ୍ରି ଭୂଷଣ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ। ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ ପରେ ବିଦ୍ୟାଳୟ ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଶିକ୍ଷାର୍ଥୀ ମାନଙ୍କ ଉଜ୍ବଳ ଭବିଷ୍ୟତ ନିମିତ୍ତ କଠିନ ପରିଶ୍ରମ, ଉତ୍ତମ ପାଠପଢ଼ା ସାଙ୍ଗକୁ ସଂସ୍କୃତି, ଆଚାର, ବ୍ୟବହାର ବିକାଶ ଦିଗରେ ନିହାତି ଆବଶ୍ୟକ ବୋଲି ମଞ୍ଚାସିନ ଅତିଥିମାନେ ପ୍ରେରଣା ଦେବାସହ ଶୈକ୍ଷିକ ପରିବେଶକୁ ସୁଦୃଢ କରିବା ତଥା ବିଦ୍ୟାଳୟର ବିକାଶ ଦିଗରେ ଉର୍ଣ୍ଣତମାନର ଶିକ୍ଷା ଓ ନୂତନ ଜ୍ଞାନ କୌଶଳ ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଶିକ୍ଷାର୍ଥୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା।

ପରିଶେଷରେ ବିଦ୍ୟାଳୟ କମିଟି ଆବାହକ ଡ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରିଥିଲେ। ଅନୁଷ୍ଠିତ ଉତ୍ସବରେ ବୁଦ୍ଧିଜୀବୀ, ସମାଜସେବୀ,ଅଭିଭାବକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ବୋର୍ଡ ସଦସ୍ୟ, ପରିଚାଳନା କମିଟି ସଦସ୍ୟ, ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ।

ଚିଲିକାରାଣୀ ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.