Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ
ଆଞ୍ଚଳିକ

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ
ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଏହି ବର୍ଷର ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଧୂମଧାମରେ ପାଳିତ ହୋଇଛି। ନୂତନ ଶିକ୍ଷାବର୍ଷର ଆରମ୍ଭକୁ ଉତ୍ସବମୁଖର ପରିବେଶରେ ସ୍ୱାଗତ କରିବା ପାଇଁ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ବିଦ୍ୟାଳୟ ପକ୍ଷରୁ ବିଭିନ୍ନ କାର୍ୟକ୍ରମ ଆୟୋଜିତ ହୋଇଥିଲା।

ଏହି ଅବସରରେ ନୂତନ ଭାବେ ନାମ ଲେଖାଇବା ପାଇଁ ଆସିଥିବା ଶିଶୁମାନଙ୍କୁ ଫୁଲମାଳା, ଚନ୍ଦନ ଟିକା, ମିଠା ଓ ଚକୋଲେଟ ଦେଇ ସ୍ନେହଭରା ସ୍ୱାଗତ କରାଯାଇଥିଲା। ଏହା ପରେ ଶିଶୁମାନଙ୍କୁ ପୁଷ୍ପ ଓ ଦୀପ ମାଧ୍ୟମରେ ବନ୍ଦାପନା କରାଯାଇଥିଲା। ଶିଶୁମାନଙ୍କ ମୁହଁରେ ଖୁସି ଓ ଉତ୍ସାହ ସ୍ପଷ୍ଟ ଦେଖାଯାଉଥିଲା। ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ ଅଭିଭାବକଙ୍କୁ ଶିକ୍ଷାର ଗୁରୁତ୍ୱ ଓ ସରକାରୀ ବିଦ୍ୟାଳୟର ବିଭିନ୍ନ ସୁବିଧା ସମ୍ବନ୍ଧରେ ଜଣାଇଥିଲେ।

ଗ୍ରାମବାସୀ ଓ ଅଭିଭାବକମାନଙ୍କ ସକ୍ରିୟ ସହଭାଗିତାରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା। ବିଦ୍ୟାଳୟ ପରିବେଶକୁ ରଙ୍ଗିନ ବେଲୁନ, ଫୁଲରେ ସୁଶୋଭିତ କରାଯାଇଥିଲା, ଯାହା ଛୋଟ ଛୋଟ ଶିଶୁମାନଙ୍କୁ ଆକର୍ଷିତ କରିଥିଲା।

ଶେଷରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣା ସମସ୍ତ ନୂତନ ଶିଶୁମାନଙ୍କୁ ପଢ଼ାଶୁଣାରେ ନିୟମିତ ହେବା ପାଇଁ ପ୍ରେରଣା ପ୍ରଦାନ କରିଥିଲେ। ଏବଂ ଏପରି କାର୍ଯ୍ୟକ୍ରମ ଦ୍ୱାରା ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ପାଇବ ବୋଲି ମତ ପ୍ରକାଶ ପାଇଛି।

ଖଡ଼ିଛୁଆଁ କାର୍ଯ୍ୟକ୍ରମ ନୟାଗଡ଼ ଜିଲ୍ଲା ପ୍ରବେଶ ଉତ୍ସବ ବଜ୍ରକୋଟ ବିଦ୍ୟାଳୟ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026
Latest News

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.