Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ଆଞ୍ଚଳିକ

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ବାଣପୁର: ସଲପଡିହ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ୱିତୀୟ ପର୍ଯ୍ୟାୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ। ତଥା ଗୌରବମୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋଜ କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁକାନ୍ତ କୁମାର ନାୟକଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ସଫଳତାର ସହ ସମ୍ପନ୍ନ ହୋଇଛି।

ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମୋରାମୋରୀ ସରପଞ୍ଚ ବସନ୍ତ କୁମାର ମାଳି ଏବଂ ନାଚୁଣୀ ସରପଞ୍ଚ ସ୍ୱପ୍ନାଞ୍ଜଳି ପଲାଇ ଯୋଗଦେଇଥିଲେ। ପ୍ରଶାସନିକ ସ୍ତରରୁ ABEO-CUM-BRCC ପ୍ରଭାତ କୁମାର ସେଠୀ ଉପସ୍ଥିତ ରହି କାର୍ଯ୍ୟକ୍ରମର ଗାରିମା ବଢ଼ାଇଥିଲେ। ଏଥିସହିତ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଦିଲ୍ଲୀପ କୁମାର ହୋତା ଏବଂ ମାନ୍ୟବର ସାଂସଦ ଡାଃ ସମ୍ବିତ ପାତ୍ରଙ୍କ ପ୍ରତିନିଧି ଭାବେ ଜଗନ୍ନାଥ ପାଟ୍ଟଶାଣୀ ସ୍ୱତନ୍ତ୍ର ଅତିଥି ରୂପେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ ମଞ୍ଚାସୀନ ଅତିଥିମାନଙ୍କ ଦ୍ୱାରା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭବ୍ୟ ପ୍ରତିମା ସମ୍ମୁଖରେ ଗଭୀର ଶ୍ରଦ୍ଧାର ସହ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ସଭାରେ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି, ଗୁଣାତ୍ମକ ଶିକ୍ଷା ଏବଂ ଏକ “ଆଦର୍ଶ ବିଦ୍ୟାଳୟ” ଗଠନ ଦିଗରେ ସମସ୍ତ ଅତିଥି ଗୁରୁତ୍ୱପୂର୍ଣ୍ଣ ମତବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ସମସ୍ତ CRCC, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟବୃନ୍ଦ, ବିଭିନ୍ନ ଜନପ୍ରତିନିଧି, ସ୍ଥାନୀୟ ଅଞ୍ଚଳବାସୀ, ଶତାଧିକ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ମିଳିତ ସହଯୋଗରେ ଉତ୍ସବଟି ସୁଚାରୁରୂପେ ପରିଚାଳିତ ହୋଇଥିଲା। ଏହି ସଫଳ ଆୟୋଜନ ପାଇଁ ସ୍ଥାନୀୟ ଅଞ୍ଚଳରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଖୁବ୍ ପ୍ରଶଂସା କରାଯାଉଛି।

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ ସଲପଡିହ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ବଡ଼ମାଳରେ ଡିଗ୍ରୀ କଲେଜ ସ୍ଥାପନ ପାଇଁ ସାଧାରଣ ସଭା

July 19, 2026

କାର ସହ ୧୮୬ କେଜି ଗଂଜେଇ ଜବତ: ମାଫିଆ ଫେରାର

July 19, 2026

ଗୁଡୁପାଙ୍ଗି ଗ୍ରାମରେ ଅଚଳ ଜଳ ଯୋଗାଣ ପ୍ରକଳ୍ପ: ନଳକୂପ ଭରସାରେ ଗ୍ରାମବାସୀ

July 19, 2026

ବାଲୁଗାଁରେ ଉଦଘାଟିତ ହେଲା ନୂଆ ସିନେମା ହଲ ଜଗଦମ୍ବା, ମନ୍ତ୍ରୀ ପୃଥ୍ବୀରାଜ କଲେ ଉଦଘାଟନ

July 19, 2026

ଚିଲିକାରେ ଆଇନ ମନ୍ତ୍ରୀ ଓ ପୁରୀ ସାଂସଦଙ୍କ ବିଶେଷ ଜନସମ୍ପର୍କ ଅଭିଯାନ

July 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.