Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା
ଆଞ୍ଚଳିକ

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା
ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦର୍ଶ ଶିକ୍ଷକ ପର୍ଶୁରାମ ସାହୁ ଓ ପ୍ରଫୁଲ ଦେବତାଙ୍କ ଅବସର ଉପଲକ୍ଷେ ଏକ ଭାବବିହ୍ୱଳ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ, ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣଙ୍କ ଉପସ୍ଥିତିରେ ସମଗ୍ର ପରିବେଶ ଭାବପ୍ରବଣ ହୋଇଉଠିଥିଲା।

ଏହି ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ ମୁଖ୍ୟ ଅତିଥି, ଅଧ୍ୟାପିକା ସୌଦାମିନୀ ପାଇକରାୟ ମୁଖ୍ୟ ବକ୍ତା ଏବଂ ଗଡ଼ବାଣିକିଲୋ ସରପଞ୍ଚ ବ୍ରଜ ମୋହନ ରାଉତରାୟ, ତରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଲେଶ୍ୱର ପରିଡା ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିବାକର ପରିଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଦାୟୀ ଶିକ୍ଷକ ଦ୍ୱୟଙ୍କ ନିଷ୍ଠା, କର୍ତ୍ତବ୍ୟପରାୟଣତା ଓ ଶିକ୍ଷା କ୍ଷେତ୍ରରେ ଅବଦାନର ଉଚ୍ଚ ପ୍ରଶଂସା କରିଥିଲେ।

ବଡ଼ ପଥୁରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ କୁମାର ସାମନ୍ତରାୟ ସଭା ପରିଚାଳନା କରିଥିବା ବେଳେ, ସୁନାଖଳା ସର୍କଲ ସଭାପତି ଭାଗିରଥି ସାବୁ, ସମ୍ପାଦକ ଶେଷଦେବ ସାହୁ, ବ୍ଲକ ସଭ୍ୟ ପବିତ୍ର ମୋହନ ସାମନ୍ତରାୟ, ବ୍ଲକ ମିଡିଆ କୋଅର୍ଡିନେଟର ସୁଶୀଲ କୁମାର ରଣା, କ୍ଲଷ୍ଟର ସାଧନ ସଂଯୋଜକ ଅଶୋକ କୁମାର ବେହେରାଙ୍କ ସମେତ ଆଖପାଖ ଅଞ୍ଚଳର ବହୁ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ରହି ବିଦାୟୀ ଶିକ୍ଷକମାନଙ୍କ କର୍ମମୟ ଜୀବନର ସ୍ମୃତିଚାରଣ କରିଥିଲେ।

ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା ଏବଂ ଗ୍ରାମବାସୀଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ସମ୍ପନ୍ନ ହୋଇଥିଲା। ସଭା ଶେଷରେ ବିଦାୟୀ ଶିକ୍ଷକ ଦ୍ୱୟଙ୍କୁ ବାଣ, ବାଜା ଓ ରୋଷଣୀର ତାଳେ ତାଳେ ଭବ୍ୟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇଥିଲା, ଯାହା ସମସ୍ତଙ୍କ ପାଇଁ ଏକ ସ୍ମରଣୀୟ ଓ ଭାବବିହ୍ୱଳ ମୁହୂର୍ତ୍ତ ପାଲଟିଥିଲା। ବିଦାୟ ବେଳେ ଅନେକଙ୍କ ଆଖିରେ ଲୁହ ଓ ମନରେ କୃତଜ୍ଞତାର ଭାବ ସ୍ପଷ୍ଟ ବାରି ହୋଇପଡ଼ୁଥିଲା।

ଆଦର୍ଶ ଶିକ୍ଷକ ଗଡ଼ବାଣିକିଲୋ ଉଚ୍ଚ ବିଦ୍ୟାଳୟ ଭାବବିହ୍ୱଳ ବିଦାୟ ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.