Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ
ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

ଚ଼ିଲିକା: ଆଜି ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହାଟବରଡ଼ିହ ସ୍ଥିତ ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌ ଉତ୍ସବ ସମାରୋହରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଛନ୍ତି।

ଶିକ୍ଷାନୁଷ୍ଠାନର ୫୦ ବର୍ଷର ଗୌରବମୟ ଯାତ୍ରା କେବଳ ସମୟର ହିସାବ ନୁହେଁ,ବରଂ ଏହା ଅସଂଖ୍ୟ ସ୍ୱପ୍ନ, ସାଧନା,ସଫଳତା ଏବଂ ସମାଜ ଗଠନର ଏକ ସ୍ୱର୍ଣ୍ଣିମ ଇତିହାସ। ଏହି ବିଦ୍ୟାଳୟ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଅଞ୍ଚଳର ଶିକ୍ଷାର ବିକାଶ ସହିତ ଅନେକ ମେଧାବୀ, ଦାୟିତ୍ୱବାନ ନାଗରିକ ସୃଷ୍ଟି କରି ଅଞ୍ଚଳର ଗର୍ବକୁ ଆହୁରି ସମୃଦ୍ଧ କରିଆସିଛି।

ଉତ୍ତମ ସଂସ୍କାର,ଚରିତ୍ର ଗଠନ, ଗୁଣାତ୍ମକ ମାନଯୁକ୍ତ ଶିକ୍ଷାଦାନ ସହିତ ଛାତ୍ରଛାତ୍ରୀ ମାନଙ୍କର ଶାରୀରିକ, ମାନସିକ ତଥା ବୌଦ୍ଧିକ ବିକାଶକୁ ଗୁରୁତ୍ୱ ଦେବା ପାଇଁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେବା ସହ ଛାତ୍ରଛାତ୍ରୀ ମାନଙ୍କୁ ନିଷ୍ଠା, ଏକାଗ୍ରତା ଓ ସମୟାନୁବର୍ତ୍ତିତା ହୋଇ ପାଠ ପଢିବାକୁ ଆହ୍ୱାନ କରିଛନ୍ତି।

ଲୋକଙ୍କ ସରକାର ଶିକ୍ଷାର ଗୁଣାତ୍ମକ ବିକାଶ,ବିଦ୍ୟାଳୟର ଭିତ୍ତିଭୂମିର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ସଦା ପ୍ରତିବଦ୍ଧ।

ଏହି ଅବସରରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ସାଂସଦ ପ୍ରତିନିଧି ଦୀନବନ୍ଧୁ ସାହୁ,ବିଶିଷ୍ଟ ସମାଜସେବୀ ପ୍ରଫୁଲ୍ଲ ବାରିକ,ହାଟବରଡ଼ିହ ଗ୍ରା:ପର ସରପଞ୍ଚ ହୁଲ୍ଲାସ ବେହେରା, ଚିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦ୍ୟୁମ୍ନ ପରିଡ଼ା,ବିରିବାଡ଼ି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ କୁନା ମହନ୍ତଙ୍କ ସମେତ ବିଶିଷ୍ଟ ବ୍ୟକ୍ତିବିଶେଷ ପ୍ରମୁଖ ଉପସ୍ଥିତ ଥିଲେ।

chilikaconstituency ChilikaGovtHighSchool GoldenJubilee Harabaradiha ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.