Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର
ଆଞ୍ଚଳିକ

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର
ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଟାଙ୍ଗୀ ବ୍ଲକ୍ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସଙ୍କ ଟାଙ୍ଗୀ ବ୍ଲକ୍ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୬୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୫୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୧ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା। ଜିଲ୍ଲାପାଳ ଅଭିଯୋଗ ଶିବିରରେ ୦୬ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ। ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

କର୍କଟ ରୋଗାକ୍ରାନ୍ତ ଉର୍ମିଳା ଶ୍ରୀଚନ୍ଦନ ଗ୍ରାମ ଓରଡ , ଗ୍ରାମ ପଞ୍ଚାୟତ: ପାଣି ଓରଡ, ବ୍ଲକ୍: ଟାଙ୍ଗୀ ଙ୍କୁ କର୍କଟ ଚିକିତ୍ସା ନିମନ୍ତେ ୧୦ ହଜାର ଆର୍ଥିକ ସହାୟତା ଜିଲ୍ଲା ରେଡକ୍ରସ ପାଣ୍ଠିରୁ, ମୀନା କାଡମ ସିଂହ, ବଡପୁର, ଟାଙ୍ଗୀ ଙ୍କୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ୧୫ ହଜାର ଏବଂ ମାଣିକ ବେହେରା ଓ ଅନ୍ୟ ତିନିଜଣ, ଗ୍ରାମ: ଭୂଷଣ୍ଡ ପୁର, ଟାଙ୍ଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ହଜାର ଆର୍ଥିକ ସହାୟତା ରାଶି ନେଇ ମୋଟ ୮୫ ହଜାର ଆର୍ଥିକ ସହାୟତା ରାଶି ଜିଲ୍ଲାପାଳ ପ୍ରଦାନ କରିଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ସି ଏସ ଓ, ଜ୍ଞାନେନ୍ଦ୍ରିୟ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଡ଼ଃ ଗୀତାଂଶୁ ମୋହନ ଦାଶ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ,ବି ଡି ଓ, ଟାଙ୍ଗୀ ରୁମାନା ଜାଫ୍ରୀ, ତହସିଲଦାର ଟାଙ୍ଗୀ, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଖୋର୍ଦ୍ଧାଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ।

ଅମ୍ରିତ୍ ଋତୁରାଜ ଟାଙ୍ଗୀ ବ୍ଲକ୍ ମିଳିତ ଜନଶୁଣାଣି ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଓମର ଅବଦୁଲ୍ଲାଙ୍କୁ ବିଜେପିର ମାନହାନି ମୋକଦ୍ଦମା ଚେତାବନୀ

July 13, 2026

ପୁରୁଷ ଦଳର ପରାଜୟର ପ୍ରତିଶୋଧ ନେଲା ମହିଳା ଦଳ: ଇଂଲଣ୍ଡକୁ ପରାସ୍ତ କଲା ଭାରତ

July 13, 2026

“ଆକସ୍ମିକ ମୃତ୍ୟୁ ପାଇଁ ପ୍ରସ୍ତୁତ ରୁହନ୍ତୁ”: ଆମେରିକୀୟ ସିନେଟରଙ୍କ ମୃତ୍ୟୁ ପରେ ଟ୍ରମ୍ପଙ୍କୁ ଚେତାବନୀ

July 13, 2026

ଡ୍ରାଇଭରକୁ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗରେ ଯୁବକ କୋର୍ଟ ଚାଲାଣ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.