Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର
ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର

ବାଣପୁର: ଶୁକ୍ରବାର ଦିନ ଗୋଦାବରୀଶ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ କୋଷ ପକ୍ଷରୁ ଲିଙ୍ଗ ଭିତ୍ତିକ ହିଂସା ଉପରେ ଓରିଏଣ୍ଟିଏସନ ତଥା ସେମିନାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡକ୍ଟର ସୁର ପ୍ରତାପ ନରେନ୍ଦ୍ର ସିଂହ ବର୍ମାଙ୍କ ଅଧ୍ୟକ୍ଷତାରେ ଉକ୍ତ ସେମିନାର ଅନୁଷ୍ଠିତ ହୋଇଛି।

ମହିଳା ସଶକ୍ତିକରଣ, ସୁରକ୍ଷା ଓ ଲିଙ୍ଗ ସମାନତା ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରିବା ଉଦ୍ଧେଶ୍ୟରେ ଶକ୍ତିଶ୍ରୀ ସଶକ୍ତିକରଣ କୋଷ ପକ୍ଷରୁ “ଲିଙ୍ଗ ଭିତ୍ତିକ ହିଂସା “(Gender Based Violence) ଉପରେ ଓରିଏଣ୍ଟସନ ସହ ସେମିନାର ହୋଇଥିଲା।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣପୁରସ୍ଥିତ ନେହେରୁ ସେବା ସଂଘର ସେକ୍ରେଟାରୀ ସରୋଜିନୀ ଦାଶ ଯୋଗ ଦେଇଥିଲେ। କଲେଜର ଅଧ୍ୟକ୍ଷ ଡକ୍ଟର ସୁର ପ୍ରତାପ ନରେନ୍ଦ୍ର ସିଂହ ବର୍ମା, ପ୍ରଶାସନିକ ମୁଖ୍ୟ ଆଦିତ୍ୟ ସାରଥୀ ବେଦମତା, ଶକ୍ତିଶ୍ରୀ ସଂଯୋଜିକା ମାନସ୍ପିତା ପାଳ ଓ କଲେଜର ଅନେକ ଅଧ୍ୟାପକ, ଅଧ୍ୟାପିକାମାନେ ଏହି ସେମିନାରରେ ଯୋଗ ଦେଇ ମହିଳାଙ୍କ ଅଧିକାର, ଆଇନ ଗତ ସୁରକ୍ଷା ଓ ଲିଙ୍ଗ ଭିତ୍ତିକ ହିଂସାର ସାମାଜିକ ଓ ମାନସିକ ପ୍ରଭାବ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ।

ଶକ୍ତିଶ୍ରୀ ସାଥି ସ୍ମୃତି ସମ୍ବର୍ଦ୍ଧନା L. G. B. T. Q ରିସର୍ଚ୍ଚ ଉପରେ ଗଭୀର ଆଲୋକପାତ କରିଥିଲେ।  ଏହି ସଭାରେ ୧୩୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଉପସ୍ଥିତ ରହି ପ୍ତଶ୍ନ ଉତ୍ତର କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ସଂଯୋଜନାଙ୍କ ତଥ୍ୟବଧାନରେ କାର୍ଯ୍ୟକ୍ରମଟି ସୁଚାରୁରୂପେ ପରିଚାଳିତ ହୋଇଶେଷରେ କୋଷର ସଭ୍ୟା ଶୁଭଶ୍ରୀ ସୁବୁଦ୍ଧି ଧନ୍ୟବାଦ ଅର୍ପଣ ସହ କାର୍ଯ୍ୟକ୍ରମର ସମାପନ ଘୋଷଣା କରାଯାଇଥିଲା।

ଓରିଏଣ୍ଟିଏସନ ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ଲିଙ୍ଗ ଭିତ୍ତିକ ହିଂସା ସେମିନାର
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.