Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ
ଆଞ୍ଚଳିକ

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ
ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

ବାଲୁଗାଁ: ସୋମବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ବହୁ ଆଡ଼ମ୍ବରରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାତଃ କାଳରେ ରାମଧୁନ ଗାନ କରିବାସହ ପରିଷଦ କାର୍ଯ୍ୟାଳୟରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଅଧ୍ୟକ୍ଷାଙ୍କ ସମେତ ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ସମସ୍ତ କର୍ମଚାରୀ, ବିଦ୍ୟାଳୟ ଛାତ୍ରଛାତ୍ରୀ ଓ ସମର ଶିକ୍ଷାର୍ଥୀ ବାହିନୀ କ୍ୟାଡେଟମାନେ ପ୍ରଭାତଫେରୀ କରି ଗାନ୍ଧିଛକ ନିକଟ ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଏନଏସି ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀ ଓ ସମ୍ପର୍କୀୟ,ଜରାନିବାସ ଅନ୍ତେବାସୀ ମାନଙ୍କୁ ଫଳ,କ୍ଷୀର ପ୍ୟାକେଟ,ଶୁଖିଲା ଖାଦ୍ୟ ଆଦି ବଣ୍ଟନ କରାଯାଇଥିଲା। ମଧ୍ୟାହ୍ନରେ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟଙ୍କ ସଭାପତିତ୍ୱରେ କାର୍ଯ୍ୟାଳୟ ସଭା ଗୃହରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧା ଉପ ଜିଲ୍ଲାପାଳ ସଂକଳ୍ପ ସ୍ୱସ୍ତିକ ସାହୁ, ଏନଏସି ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ସମସ୍ତ କାଉନସିଲର, କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ସ୍ୱଚ୍ଛ ସାଥି, କର୍ମଚାରୀ, ବୁଦ୍ଧିଜୀବୀ ଓ ଦଳୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

ଏନଏସି ଅନ୍ତର୍ଗତ ୧୧ ଟି ୱାର୍ଡର ବିଭିନ୍ନ ସମସ୍ୟା ଓ ସମାଧାନ ଉପରେ ଆଲୋଚନା କରାଯାଇଥିଲା। ଏନଏସିକୁ ସରସ ସୁନ୍ଦର କରି ଗଢିତୋଳିବା ପାଇଁ ବିଭିନ୍ନ ଉନ୍ନତମୂଳକ କାର୍ଯ୍ୟ ଉପରେ ଧ୍ୟାନ ଦେବାସହ ସୁଗମ ନାଗରିକ ସେବା,ସଶକ୍ତ ତୃଣମୂଳ ଗଣତନ୍ତ୍ର ନିମିତ୍ତ ସମସ୍ତଙ୍କ ସହଯୋଗ କାମନା କରିଥଲେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ।

ଏହି ଅବସରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ୨ ନଂ ୱାର୍ଡ ଠାରେ ନବନିର୍ମିତ ନୂତନ ଆଦର୍ଶ ଶ୍ମଶାନ ଗୃହକୁ ମନ୍ତ୍ରୀ ଉଦଘାଟନ କରିଥିଲେ।ସଭା ଶେଷରେ କୃତି ପ୍ରତିଯୋଗୀ,ରାଜ୍ୟ ସ୍ତରୀୟ କ୍ରୀଡାବିତ୍ ଓ ବିଭିନ୍ନ ବିଦ୍ୟାଳୟରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ପରିଶେଷରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହ ଏନଏସି କର୍ମଚାରୀଙ୍କ ଦ୍ୱାରା ପ୍ରସ୍ତୁତ ନିଶାମୁକ୍ତ ଭାରତ, ସ୍ବଚ୍ଛ ଓଡ଼ିଶା, ସ୍ବଚ୍ଛ ଭାରତ, ମା କ୍ଷୀର ସର୍ବୋତ୍ତମ ଆଧାରିତ ଜନହିତକାରୀ ନାଟକ ପରିବେଷଣ କରାଯାଇଥିଲା।

ବାଲୁଗାଁ ଏନଏସି ସ୍ୱାୟତ୍ତ ଶାସନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.