ଚ଼ିଲିକା: ଆଜି ଚ଼ିଲିକା ପଞ୍ଚାୟତ ସମିତିର ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ସପ୍ତମ ସାଧାରଣ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଶିକ୍ଷା ବିଭାଗ, ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ, ଜଳ ଯୋଗାଣ ଓ ପରିମଳ ବିଭାଗ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ମତ୍ସ୍ୟ ଚାଷ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ, ଉଠା ଜଳସେଚନ, ବିଦ୍ୟୁତ୍ ବିଭାଗ, ମିଶନ ଶକ୍ତି ବିଭାଗ, କ୍ଷୁଦ୍ର ଜଳସେଚନ, ଭି.ବି.-ଜି ରାମ୍-ଜି, ଯୋଗାଣ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ଜଙ୍ଗଲ ବିଭାଗ, ପ୍ରାଣୀ ଚିକିତ୍ସା ବିଭାଗ ଓ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି।
ଉକ୍ତ ବୈଠକରେ ବିଭିନ୍ନ ପଞ୍ଚାୟତରେ ଚାଲୁଥିବା ଉନ୍ନୟନ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ, ସ୍ୱଚ୍ଛତା ଓ ଗୁଣାତ୍ମକ ମାନଦଣ୍ଡ ବଜାୟ ରଖି ସମ୍ପନ୍ନ କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ବୈଠକରେ ବ୍ଲକ ଅଧ୍ୟକ୍ଷା ,ଉପାଧ୍ୟକ୍ଷ, ବିଡ଼ିଓ, ତହସିଲଦାର,ସରପଞ୍ଚ,ସମିତି ସଭ୍ୟ/ସଭ୍ୟା, ଜିଲ୍ଲା ପରିଷଦ ସଭ୍ୟାଙ୍କ ସମେତ ବ୍ଲକ୍ ସ୍ତରୀୟ ବିଭାଗୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ।


