Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ୍‌ ଅନ୍ତର୍ଗତ ନିଳାଦ୍ରିପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଜନଶୁଣାଣି
ଆଞ୍ଚଳିକ

ବାଣପୁର ବ୍ଲକ୍‌ ଅନ୍ତର୍ଗତ ନିଳାଦ୍ରିପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଜନଶୁଣାଣି

November 27, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର, ୨୭/୧୧: (ସମୀକ୍ଷା ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ପଞ୍ଚାୟତ କାର୍ଯ୍ୟାଳୟଠାରେ ନୀଳାଦ୍ରିପ୍ରସାଦ ଓ ଦାମିଆ-ବରବରା ଦୁଇ ପଞ୍ଚାୟତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନଶୁଣାଣି ଓ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଛି। ଏଥିରେ ଜିଲ୍ଲାପାଳ ସୀତାଂଶୁ କୁମାର ରାଉତ, ଏସପି ଅଜୟ ପ୍ରତାପ ସ୍ୱାଇଁ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦିଗନ୍ତ ରାଉତରାୟ, ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ,  ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ  ବିଜୟ ମହାପାତ୍ର, ବାଲୁଗାଁ, ସବଡିଭିଜନାଲ୍‌ ପୋଲିସ୍‌ ଅଫିସର ଏସ୍‌କେ ଦାସ, ବାଣପୁରର ବିଡ଼ିଓ ତଥା ତହସିଲଦାର ଶିବାନନ୍ଦ ସ୍ବାଇଁ, ଅତିରିକ୍ତ ତହସିଲଦାର ମନ୍ମଥ ବେହେରା, ପୂର୍ବତନ ଚିିଲିକା ବିଧାୟକ ରଘୁନାଥ ସାହୁ, ବାଣପୁର ବ୍ଲକ ଅଧ୍ୟକ୍ଷା ରଞ୍ଜିତା ସେଠୀ, ଜିଲ୍ଲା ପରିଷଦ ସଦସ୍ୟ ଅମରେନ୍ଦ୍ର ରଣସିଂହ ପ୍ରମୁଖ ଉପସ୍ଥିତ ରହିଥିବାବେଳେ ନୀଳାଦ୍ରିପ୍ରସାଦ ସରପଞ୍ଚ ଆଶାମଣି ସାହୁ, ଦାମିଆ-ବରବରା ସରପଞ୍ଚ ଉପେନ୍ଦ୍ର ଜାନୀ ପ୍ରମୁଖ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମ ଜରିଆରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପ୍ରଦାନ କରାଯାଇଥିବାବେଳେ ଭିନ୍ନକ୍ଷମଙ୍କୁ ଭତ୍ତା ସହିତ ହ୍ବିଲ୍‌ ଚେୟାର୍‌ ପ୍ରଦାନ କରାଯାଇଛି। ଏତଦ୍‌ବ୍ୟତୀତ ଆଜିର ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ, ବିଦ୍ୟୁତ୍, ଶ୍ରମ, କୃଷି, ଉଦ୍ୟାନ କୃଷି ଆଦି ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଦୁଇ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ଏଠାରେ ବିଭିନ୍ନ ସମସ୍ୟା ରହିଛି । ସେହିପରି ଅଧିକାଂଶ ସମୟରେ ବିଭିନ୍ନ ସରକାରୀ ସୁବିଧାରୁ ମଧ୍ୟ ଏହି ପଞ୍ଚାୟତବାସୀ ବଞ୍ଚିତ ରହୁଛନ୍ତି । ଆଜିର ଏହି ଜନଶୁଣାଣୀ ସମାବେଶରେ ଏକ ହଜାରରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ ସମାଗମ ହୋଇ ତାଙ୍କର ବିଭିନ୍ନ ଅସୁବିଧା ତଥା ଦାବି ଉପସ୍ଥାପନ କରିଥିଲେ। ଏହି ଜନଶୁଣାଣୀରେ ୪୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ଅଭିଯୋଗ ପଞ୍ଜୀକୃତ ହୋଇଥିବାବେଳେ ଇନ୍ଦିରା ଆବାସ, ମୋ କୁଡ଼ିଆ, ଆଧାର କାର୍ଡ, ଖାଉଟି କାର୍ଡ ଓ ଭତ୍ତା ସମ୍ପର୍କିତ ବହୁ ଅଭିଯୋଗ ରହିଥିଲା। ଏହି କାର୍ଯ୍ୟକ୍ରମ ଜରିଆରେ ସରକାରୀ ସୁବିଧା ସମ୍ପର୍କରେ ଆଦିବାସୀମାନଙ୍କୁ ଜଣାଇବା ସହିତ ସେମାନଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି। ଏହି ଅବସରରେ  ନୀଳାଦ୍ରିପ୍ରସାଦ ପଞ୍ଚାୟତରେ ଏକ ମାର୍କେଟ କମ୍ପ୍ଲେକ୍ସ ଉଦ୍ଘା‌ଟନ କରିଛନ୍ତି।

BANAPUR collector
Share. Facebook Twitter LinkedIn Email WhatsApp Copy Link

Related Posts

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.