Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଅସୁବିଧା ନେଇ ଏବିଭିପିର ସାଇକେଲ ଶୋଭାଯାତ୍ରା ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ଆଞ୍ଚଳିକ

ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଅସୁବିଧା ନେଇ ଏବିଭିପିର ସାଇକେଲ ଶୋଭାଯାତ୍ରା ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

November 28, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର,୨୮/୧୧ : ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ବାଣପୁର-ବାଲୁଗାଁ ନଗର ଶାଖା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଏକ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ପୁରୀ ସାଂସଦ, ଚିଲିକା ବିଧାୟକ, ସ୍ବାସ୍ଥ୍ୟ ସଚିବ, ୫ଟି ସଚିବ, ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ, ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଏବଂ ବାଣପୁର ଭାରପ୍ରାପ୍ତ ମୁଖ୍ୟ ଚିକିତ୍ସାଅଧିକାରୀଙ୍କ ନିକଟକୁ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଅସୁବିଧା ସମ୍ବଳିତ ଏକ ଦାବିପତ୍ର ପଠାଯାଇଛି। ଏହା ସହିତ ସାଧାରଣ ଲୋକଙ୍କୁ ସ୍ବାସ୍ଥ୍ୟସେବାର ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହ ଆଗାମୀ ଦିନରେ ଏହି ଆନ୍ଦୋଳନରେ ସାମିଲ ହେବାକୁ ଆହ୍ବାନ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଅବିଭିକ୍ତ ପୁରୀ ଜିଲ୍ଲାର ସର୍ବପୁରାତନ ଡାକ୍ତରଖାନା ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆଜି ଅବହେଳିତ ଅବସ୍ଥାରେ ରହିଛି। ୧୮୬୪ ମସିହା ବ୍ରିଟିଶ୍‌ ଅମଳରେ ଅବିଭକ୍ତ ପୁରୀ ମଧ୍ୟରେ ନିର୍ମିତ ହୋଇଥିଲା ବାଣପୁର ସ୍ବାସ୍ଥ୍ୟକେନ୍ଦ୍ର। ୧୯୯୧ରେ ଏହା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ମାନ୍ୟତା ପାଇଥିଲା। କିନ୍ତୁ ବାଣପୁରର ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ସରକାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟ ପାଇଁ ସ୍ବାସ୍ଥ୍ୟସେବା ପ୍ରତି ବିଶେଷ ଧ୍ୟାନ ଦେଉଥିବାବେଳେ ସରକାରୀ ଆଢୁଆଳରେ ରହିଛି ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର। ସରକାରଙ୍କ ୫ଟି ଯୋଜନା ଏଠାରେ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ରାଜ୍ୟରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଅର୍ଥ ବିନିଯୋଗ ହେଉଥିବାବେଳେ ବାଣପୁରରେ ଏହା ଫଳଶୂନ୍ୟ।

ଏବିଭିପିର ରାଜ୍ୟ ଏସ୍‌ଏଫଡ଼ି ଯୁଗ୍ମ ସଂଯୋଜକ ସୀତାରାମ ଅଗ୍ରଓ୍ବାଲ ଏବଂ ନଗର ସମ୍ପାଦକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିକାଶ କୁମାର ସେଠୀଙ୍କ ନେତୃତ୍ବରେ ଶତାଧିକ ଛାତ୍ର ଏହି ସାଇକେଲ ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ। ଏତଦ୍‌ବ୍ୟତୀତ ବାଣପୁରର ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ରାଧାକ୍ରିଷ୍ଣ ରାମ ଏବଂ ସହଦେବ ନାୟକ, ଡାକ୍ତର ସୁଧାଂଶୁ ମିଶ୍ର, ୧୩ ନଂ ଜୋନ୍‌ ଜିଲ୍ଲାପରିଷଦ ସଦସ୍ୟ ଅମରେନ୍ଦ୍ର ରଣସିଂହ, ବାଣପୁର ବାର ଆସୋସିଏସନ୍‌ ସଭାପତି ବୃନ୍ଦାବନ ପ୍ରଧାନ ପ୍ରମୁଖ ଏହି ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ।

ଡାକ୍ତରଖାନାରେ ରହିଥିବା ପ୍ରମୁଖ ସମସ୍ୟା :

ଏହି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ବିଭାଗରେ ଡାକ୍ତର ପଦବୀ ଖାଲି ପଡିଛି।

୧୦ ବର୍ଷର ଉର୍ଦ୍ଧ୍ବ ହେବ ଏକ୍ସରେ ବିଭାଗ ଅଚଳ ହୋଇପଡିଛି।

ଏଠାରେ ୯ଟି ବିଭାଗର ଡାକ୍ତର ପଦବୀ ରହିଥିବାବେଳେ ମାତ୍ର ଦୁଇଜଣ ଠିକା ଡାକ୍ତର ରହିଛନ୍ତି।

ଏଠାରେ କେବଳ ସ୍ତ୍ରୀରୋଗ ବିଶେଷଜ୍ଞରେ ଠିକା ଡାକ୍ତର ରୂପେ ଡ. ମହାରଣା ରହିଥିବାବେଳେ ଅନ୍ୟ ୮ଟି ବିଶେଷଜ୍ଞ ପଦବୀ ଖାଲି ରହିଛି।

ସେହିପରି ଏଠାରେ ୧୨ ଜଣ ଷ୍ଟାଫ ନର୍ସ ରହିଥିବାର ନିୟମ ଥିବାବେଳେ ମାତ୍ର ୨ ଜଣ ନର୍ସ ରହିଛନ୍ତି।

ସ୍ବଚ୍ଛତା ଓ ସୁରକ୍ଷାରେ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି ଏହି ସ୍ବାସ୍ଥ୍ୟକେନ୍ଦ୍ର। ପାଚେରୀ ଭଙ୍ଗାଯାଇଥିବା କାରଣରୁ ଅବାଧରେ ପଶୁ ଜନ୍ତୁ ସ୍ବାସ୍ଥ୍ୟକେନ୍ଦ୍ର ଭିତରକୁ ଯା’ଆସ କରୁଛନ୍ତି।

ପ୍ରତି ଓ୍ବାର୍ଡରେ ମଶା ମାଛିଙ୍କ ଉପଦ୍ରବ ହେଉଥିବାବେଳେ ଏହାର ମୁଖ୍ୟଫାଟକ ଅଧାଦିନ ବନ୍ଦ ରହୁଛି। ଯାହାଫଳରେ ରୋଗୀମାନେ ସ୍ବାସ୍ଥ୍ୟକେନ୍ଦ୍ର ଭିତରକୁ ଯିବା ପାଇଁ ବୁଲି ବୁଲି ଯାଉଛନ୍ତି।

ଏଠାରେ ଷ୍ଟାଫ୍‌ ନର୍ସ ଓ ଡାକ୍ତରଙ୍କ ପାଇଁ ଷ୍ଟାପ୍‌ କ୍ବାର୍ଟସ୍‌ ନାହିଁ।

abvp ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.