Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ବାଇପାସ୍‌ ରୋଡ୍‌ରେ ପୁଣି ଏକ ଦୁର୍ଘଟଣା : ମା’ ମୃତ, ଝିଅ ଗୁରୁତର
ଆଞ୍ଚଳିକ

ବାଲୁଗାଁ ବାଇପାସ୍‌ ରୋଡ୍‌ରେ ପୁଣି ଏକ ଦୁର୍ଘଟଣା : ମା’ ମୃତ, ଝିଅ ଗୁରୁତର

November 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ, ୨୯/୧୧: (ସମୀକ୍ଷା ବ୍ୟୁରୋ) : ବାଲୁଗାଁ ବାଇପାସ୍‌ ରୋଡ୍‌ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ରାସ୍ତାରେ ଜଣେ ବାଳିକା ତା‘ମାଆକୁ ସାଇକେଲରେ ବସାଇ ଯାଉଥିବାବେଳେ ଏକ ଛତିଶଗଡର ଚାରିଚକିଆ ଯାନ ଧକ୍କା ଦେଇଛି। ସୂଚନାରୁ ପ୍ରକାଶ ଯେ, ଭୁବେନଶ୍ବରରୁ ବ୍ରହ୍ମପୁର ଯାଉଥିବା ସିଜି୦୭ବି ଏସ୍‌-୫୭୧୩ ନମ୍ବରର ଏହି କାର୍‌ଟି ବେପରୁଆ ଗାଡ଼ି ଚଳାଉଥବାରୁ ଜନୈକ ମା’-ଝିଅଙ୍କୁ ପଛପଟୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ମା’ ଓ ଝିଅ ଉଭୟ ଗୁରୁତର ହୋଇପଡିଥିଲେ।

ଗୁରୁତର ଅବସ୍ଥାରେ ଦୁହିଁକୁ ସମାଜ ଆଇନାର ପ୍ରତିନିଧି ତଥା ସାମ୍ବାଦିକ ମନୋରଞ୍ଜନ ବେହେରା ଉଦ୍ଧାର କରି ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ସହିତ ଗାଡ଼ି ଓ ଚାଳକଙ୍କୁ ଅଟକ ରଖି ପୋଲିସ୍‌ ଜିମା ଦେଇଥିଲେ। ଦୁର୍ଘଟଣାରେ ପୀଡ଼ିତା ଦୁହିଁଙ୍କ ଅବସ୍ଥା ବେଶ୍‌ ଉଦ୍‌ବେଗଜନକ ରହିଥିବାରୁ ତାଙ୍କୁ ଭୁବନେଶ୍ବର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଭୁବନେଶ୍ବର ହସପିଟାଲ୍‌କୁ ନେବା ରାସ୍ତାରେ ହିଁ ମା’ର ମୃତ୍ୟୁ ଘଟିଥିବାର ସୂଚନା ରହିଛି। ଝିଅକୁ ସ୍ଥାନାନ୍ତର କରାଯାଇଛି। ବାଳିକା ଜଣକୁ ମାତ୍ର ୧୮ ବର୍ଷ ହୋଇଥିବାବେଳେ ସେ ବୋରିଆସାହି ଗ୍ରାମର ବୋଲି ଜଣାପଡିଛି। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସମ୍ପୃକ୍ତ ଗାଡ଼ି ଚାଳକଙ୍କୁ ଗିରଫ କରିବା ସହ ଗାଡ଼ିକୁ ଜବତ କରିଛି।

ସୂଚନାଯୋଗ୍ୟ, କିଛିଦିନ ତଳେ ଏହି ରାସ୍ତାରେ ଏକ ବାଇକ୍‌ ଦୁର୍ଘଟଣା ଘଟିଥିବାବେଳେ ବାଇକ୍‌ ଚାଳକ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଛକ ନିକଟରେ ବାରମ୍ବାର ଦୁର୍ଘଟଣା ହେଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

ରିପୋର୍ଟର : ସୀତାରାମ ଅଗ୍ରଓ୍ବାଲ , ମୋ: ୭୯୭୮ ୧୪୮ ୪୨୬

balugaonbypass road roadaccident
Share. Facebook Twitter LinkedIn Email WhatsApp Copy Link

Related Posts

ଖାଇକୁ ଖସିଲା ଗାଡି : ୮ ମୃତ

May 31, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.