Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଉନ୍ନୟନ କାର୍ଯ୍ୟ ପାଇଁ ନୂତନ ବିଧାୟକ ପ୍ରତିନିଧି ଚୟନ
ଆଞ୍ଚଳିକ

ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ଉନ୍ନୟନ କାର୍ଯ୍ୟ ପାଇଁ ନୂତନ ବିଧାୟକ ପ୍ରତିନିଧି ଚୟନ

December 3, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର, ବାଲୁଗାଁ : ୩/୧୨: ବାଣପୁର ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ହେଉଥିବା ପ୍ରତିଦିନର ଉନ୍ନୟନ କାର୍ଯ୍ୟଗୁଡ଼ିକୁ ଦେଖାଶୁଣା ତଥା ସୁପରିଚାଳନା କରିବା ପାଇଁ ପ୍ରତିନିଧି ଚୟନ କରାଯାଇଛି। ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ପାଇଁ ଓ୍ବାର୍ଡ ନଂ ୪ର ବିକ୍ରମ କେଶରୀ ଜେନା ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପାଇଁ ଓ୍ବାର୍ଡ ନଂ ୯ର ଅଜୟ କୁମାର ଦାସଙ୍କୁ ମନୋନୀତ କରିଛନ୍ତି। ସେ ଦୁହେଁ ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକ ସମ୍ପର୍କରେ ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଅବଗତ କରାଇବେ। ଯୁବ ବିଜେଡି କର୍ମୀ ବିକ୍ରମ କେଶରୀ ଜେନା ହେଉଛନ୍ତି ପୂର୍ବତନ ବିଜ୍ଞାପିତ ଅଞ୍ଚଳର ପରିଷଦ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ଜେନାଙ୍କ ସ୍ବାମୀ। ପୂର୍ବରୁ ତାଙ୍କର ଏନେଇ ଅଭିଜ୍ଞତା ଥିବାବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳକୁ ଆହୁରି ସରସ ଓ ବିକଶିତ କରିବାରେ ପ୍ରଚେଷ୍ଟା ଜାରି ରଖିବେ ବୋଲି ଅଞ୍ଚଳବାସୀ ଆଶାବ୍ୟକ୍ତ କରିଛନ୍ତି। ସେହିପରି ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପାଇଁ ମନୋନୀତ ହୋଇଥିବା ଅଜୟ କୁମାର ଦାସ ପୂର୍ବରୁ ବିଜ୍ଞାପିତ ଅଞ୍ଚଳର ଉପାଧ୍ୟକ୍ଷ ରୂପେ କାର୍ଯ୍ୟ କରିଛନ୍ତି। ସେ ୨୦୧୩ରୁ ୨୦୧୮ ପର୍ଯ୍ୟନ୍ତ ସଫଳତାର ସହ ଏହି ଦାୟିତ୍ବ ନିର୍ବାହ କରିଥିବାବେଳେ ଏହି ନୂତନ କାର୍ଯ୍ୟକୁ ବେଶ୍‌ ସୂଚାରୁରୂପେ ସମ୍ପନ୍ନ କରିବେ ବୋଲି ଆଶା କରାଯାଉଛି।

ରିପୋର୍ଟର : ସୀତାରାମ ଅଗ୍ରଓ୍ବାଲ

ପ୍ରଶାନ୍ତ ଜଗଦ୍ଦେବ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜ ବିଜ୍ଞାନ ବିଭାଗର ସୁବର୍ଣ୍ଣ ଜୟନ୍ତୀ ସମାରୋହ

March 20, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପ୍ରସ୍ତୁତି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

March 20, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 20, 2026

ମୁଖ୍ୟମନ୍ତ୍ରୀଙ୍କ ସହିତ ଆଉଟସୋର୍ସିଙ୍ଗ ମହାସଂଘର ଆଲୋଚନା ସଫଳ: ଆନ୍ଦୋଳନ ସ୍ଥଗିତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.