Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ବାଣପୁର ଆଗମନର ସ୍ମାରକୀ ସମାରୋହ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ବାଣପୁର ଆଗମନର ସ୍ମାରକୀ ସମାରୋହ

December 8, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର, ୮/୧୨: ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ପାଳନ ସାରା ଭାରତରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ମହାତ୍ମା ଗାନ୍ଧିଙ୍କ ବାଣପୁର ଆଗମନ ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଆଜି ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଏକ ସ୍ମାରକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମହାତ୍ମା ଗାନ୍ଧି ୧୯୨୭ ଡିସେମ୍ବର ୮ ତାରିଖରେ ପଣ୍ଡିତ ଗୋଦାବରୀଶ ମିଶ୍ର, ତତ୍‌କାଳୀନ ବିହାର – ଓଡ଼ିଶା ବିଧାନ ପରିଷଦ ସଦସ୍ୟଙ୍କ ଅନୁରୋଧରେ ବାଣପୁର ଆସିଥିଲେ। ସେ ପଣ୍ଡିତ ଗୋଦାବରୀଶଙ୍କ ବାଣପୁର ହାତୀମୁଣ୍ଡା ଆଶ୍ରମରେ ରହଣି କରିଥିଲେ। ସେଦିନ ସନ୍ଧ୍ୟାରେ ବାଣପୁର ଜନସାଧାରଣଙ୍କୁ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଫିରିଙ୍ଗି ସରକାର ବିରୋଧରେ ସ୍ବାଧୀନତା ଆନ୍ଦୋଳନ ଜୋରଦାର କରିବା ପାଇଁ ଆହ୍ବାନ ଦେଇଥିଲେ।

ଗାନ୍ଧିଙ୍କ ସ୍ମୃତିକୁ ମନେପକାଇବା ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି କାର୍ଯକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ। ଏହି ଅବସରରେରେ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଉଦ୍‌ଘାଟକ ଭାବେ ଯୋଗଦେଇଥିବାବେଳେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବରେ ସାହିତ୍ୟିକ ତଥା ପ୍ରାକ୍ତନ ମନ୍ତ୍ରୀ ଦେବେନ୍ଦ୍ର ନାଥ ମାନସିଂହ ରହିଥିଲେ। ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସଭାପତିତ୍ବରେ ଏହି ସଭା ଅନୁଷ୍ଠିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଚିଲିକା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରଘୁନାଥ ସାହୁ, ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ରଞ୍ଜିତା ସେଠୀ, ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ଅଜୟ ରାଉଳ, ବାଣପୁର ପଞ୍ଚାୟତ ସମିତି ପୂର୍ବତନ ଅଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବାଣପୁର ଏନ୍‌ଏସିର ପ୍ରାକ୍ତନ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ଜେନା, ବାଣପୁର ଏନ୍‌ସିର ପ୍ରାକ୍ତନ ଉପାଧ୍ୟକ୍ଷ ଦାଶରଥୀ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ପ୍ରସାଦ ନାୟକ ଅତିଥିମାନଙ୍କୁ ସ୍ଵାଗତ କରିଥିବାବେଳେ ଗୋଦାବରୀଶ ବିଦ୍ୟାପୀଠର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ତେବେ ଧାର୍ଯ୍ୟ ସମୟଠାରୁ ବହୁ ବିଳମ୍ବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂର୍ବରୁ ଏହି କାର୍ଯ୍ୟକ୍ରମଟି ସକାଳ ୧୦.୩୦ ମିନିଟ୍‌ରେ ହେବାକୁ ଧାର୍ଯ୍ୟ ରହିଥିବାବେଳେ ଏହା ୧.୩୦ ମିନିଟ୍‌ରେ ଆରମ୍ଭ କରାଯାଇଥିଲା।

ରିପୋର୍ଟର : ସୀତାରାମ ଅଗ୍ରଓ୍ବାଲ

 

ଗୋଦାବରୀଶ ମହାବିଦ୍ୟାଳୟ ପ୍ରଶାନ୍ତ କୁମାର ଜଗଦ୍ଦେବ ବାଣପୁର ମହାତ୍ମା ଗାନ୍ଧି
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

ରାଜ୍ୟସଭାର ଏହି ପଦବୀରୁ ହଟିବେ ରାଘବ ଚଢା: ବଡ଼ ପଦକ୍ଷେପ ନେଲା ‘ଆପ’

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.