Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏକତା ବିଦ୍ୟା ନିକେତନର ୧୦ମ ବାର୍ଷିକ କ୍ରୀଡା ଉତ୍ସବ
ଆଞ୍ଚଳିକ

ବାଣପୁର ଏକତା ବିଦ୍ୟା ନିକେତନର ୧୦ମ ବାର୍ଷିକ କ୍ରୀଡା ଉତ୍ସବ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବାଣପୁର,୧୮/୧୨ : ବାଣପୁର ସ୍ଥିତ ଏକତା ବିଦ୍ୟା ନିକେତନରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଛାତ୍ର ଛାତ୍ରୀ ମାନେ ବିଭିନ୍ନ କ୍ରୀଡା ସହିତ ନୃତ୍ୟ, ପ୍ରବନ୍ଧ, କୁଇଜ୍‌ ଏବଂ ବିତର୍କ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ବାଣପୁର ଥାନା ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବରେ ବାଣପୁର ବ୍ଲକ୍‌ର ବିଧାୟକ ପ୍ରତିନିଧି ତଥା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଗୋପୀନାଥ ମହାରଣା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଓଡିଶୀ ନୃତ୍ୟଗୁରୁ ମାଧବ ଚରଣ ପଲାଇ, ଗୋଦାବରୀଶ ମହାବିଦ୍ୟାଳୟର ପୂର୍ବତନ ଲାଇବ୍ରେରୀଆନ ଗୋଦାବରୀଶ ସାହୁ, ଅବସରପ୍ରାପ୍ତ କ୍ରୀଡା ପ୍ରଶିକ୍ଷକ ବୈରାଗୀ ଚରଣ ବଳ, ସ୍କୁଲର ପ୍ରତିଷ୍ଠାତା ମନୋଜ କୁମାର ମହାପାତ୍ର ପ୍ରମୁଖ ଏହି ଉଦ୍‌ଯାପନୀ ସଭାରେ ଉପସ୍ଥିତ ରହି କୃତୀ ଛାତ୍ରଙ୍କୁ ପୁରସ୍କୃତ କରିଥିଲେ।

ବାର୍ଷିକ କ୍ରୀଡା ଉତ୍ସବକୁ ଗ୍ରାମୀଣ ଉଚ୍ଚ ମାଧ୍ୟମିକ ମହିଳା ମହାବିଦ୍ୟାଳୟର କ୍ରୀଡା ପ୍ରଶିକ୍ଷକ ବିବୁଧେନ୍ଦୁ ମାନସିଂହ ପରିଚାଳନା କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଭିକାରୀ ଚରଣ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଦଶମ ବାର୍ଷିକ କ୍ରୀଡା ଉତ୍ସବକୁ ପରିଚାଳିତ ହୋଇଥିଲା। ଛାତ୍ରଛାତ୍ରୀଙ୍କ ପକ୍ଷରୁ ଅଭିନବ ଉପାୟରେ ସମସ୍ତ ଆମନ୍ତ୍ରିତ ଅତିଥିଙ୍କ ପରିଚୟ ପ୍ରଦାନ କରାଯାଇଥିଲା।

ରିପୋର୍ଟର : ସୀତାରାମ ଅଗ୍ରଓ୍ବାଲ

ଏକତା ବିଦ୍ୟା ନିକେତନ ବାଣପୁର ବାର୍ଷିକ କ୍ରୀଡା ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026
Latest News

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.