Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣା : ବ୍ରହ୍ମପୁର ସାମ୍ବାଦିକ ସଂଘ ପକ୍ଷରୁ ଦୃଢ଼ ନିନ୍ଦା
ଆଞ୍ଚଳିକ

ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣା : ବ୍ରହ୍ମପୁର ସାମ୍ବାଦିକ ସଂଘ ପକ୍ଷରୁ ଦୃଢ଼ ନିନ୍ଦା

December 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ବ୍ରହ୍ମପୁର,29/12 : ଗତକାଲି ଭୁବନେଶ୍ୱରରେ ଏସ୍‌ପ୍ଲାନେଡ୍‌ ମଲ୍‌ରେ ସାମ୍ବାଦିକା ସ୍ୱାତି ଜେନା ଏବଂ କ୍ୟାମେରା ମ୍ୟାନ ପ୍ରମୋଦ କୁମାର ମହାପାତ୍ରଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ଘଟଣାକୁ ବ୍ରହ୍ମପୁର ସାମ୍ବାଦିକ ସଂଘ ପକ୍ଷରୁ ନିନ୍ଦା କରାଯାଉଛି । ବେଆଇନ ପାର୍କିଂ ଫି ଆଦାୟ ହେଉଥିବାକୁ ନେଇ ଖବର ସଂଗ୍ରହ କରିବାକୁ ଯାଇଥିବାବେଳେ ସୁରକ୍ଷାକର୍ମୀ ସାମ୍ବଦିକଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିବା ସହ ଏକ ଘରେ ବନ୍ଦ କରି ରଖି ଦେଇଥିଲେ । ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଉପରେ ଏଭଳି ଆକ୍ରମଣ ନିନ୍ଦନୀୟ ଏବଂ ଲଜ୍ଜାଜନକ ଘଟଣା । ଏହି ଘଟଣାର ଦୃଢ଼ ପ୍ରତିବାଦ କରିବା ସହିତ ବ୍ରହ୍ମପୁର ସହରର ସମସ୍ତ ସାମ୍ବାଦିକ ଗାନ୍ଧିନଗର ସ୍ଥିତ ଗାନ୍ଧି ପ୍ରତିମୂର୍ତ୍ତି ନିକଟରେ ଏକତ୍ରିତ ହୋଇଥିଲେ । ଏହା ସହ ସାମ୍ବାଦିକ ସୁରକ୍ଷା ଆଇନକୁ ତୁରନ୍ତ ଲାଗୁ କରି ଏଭଳି ଘଟଣାଗୁଡ଼ିକ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ସାମ୍ବାଦିକ ଦାବି କରିଥିଲେ । ସେହିପରି ଘଟଣାରେ ଦୁଇ ଜଣ ସୁରକ୍ଷା କର୍ମୀଙ୍କୁ ଗିରଫ କରି କମିସନରେଟ ପୋଲିସ୍‌ ମାମଲା ରଫାଦଫା କରିବାକୁ ଚେଷ୍ଟା କରୁଛି ବୋଲି ସାମ୍ବାଦିକ ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି ।
ସାମ୍ବାଦିକ ସଂଘ ପକ୍ଷରୁ ଅନୁଷ୍ଠିତ ପ୍ରତିବାଦ ସଭାରେ ବ୍ରହ୍ମପୁର ପ୍ରେସ୍ କ୍ଲବ୍ ସଭାପତି ଗୋପାଳ ପଟ୍ଟନାୟକ, ସଂପାଦକ ଚିରଞ୍ଜିତ ରାଜଗୁରୁ, ହେମାଙ୍ଗ ପ୍ରସାଦ ରାଉଳ, ଅଶୋକ ବ୍ରହ୍ମା, ପୀତାମ୍ବର ନାହାକ, ଅସିତ୍ ପଣ୍ଡା, ସତ୍ୟଚେତନା ପରିଡ଼ା, କୁନା ମିଶ୍ର, ପ୍ରକାଶ ପାଣିଗ୍ରାହୀ, ମନୋଜକାନ୍ତ ଦାସ, ଜଗନ୍ନାଥ ସାହୁ, ଅରୁଣ କୁମାର ପଟ୍ଟନାୟକ, ବିଶ୍ୱନାଥ ମହାରଣା, ଅମର କୁମାର ଦାସ, କୈଳାସ ବେହେରା, ସୁଦୀପ ସାହୁ, କାହ୍ନୁଚରଣ ପାତ୍ର, ଗୋପାଳ ରେଡ଼ି, ନାଗାରାଜ, ପ୍ରଦୀପ କର ଏବଂ ଲଲାଟେନ୍ଦୁ ଚୌଧୁରୀ ପ୍ରମୁଖ ଯୋଗ ଦେଇଥିଲେ ।

brahmapur esplanade
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.