Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ମିନି ଷ୍ଟାଡିୟମ୍‌ ନେଇ କ୍ରୀଡାମନ୍ତ୍ରୀଙ୍କ ଘୋଷଣା
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ମିନି ଷ୍ଟାଡିୟମ୍‌ ନେଇ କ୍ରୀଡାମନ୍ତ୍ରୀଙ୍କ ଘୋଷଣା

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ବାଣପୁରର ସର୍ବପୁରାତନ କଲେଜ ଗୋଦାବରୀଶ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ଓ ଯୁବବ୍ୟାପାର ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏକ ମିନି ଷ୍ଟାଡିୟମ ନିର୍ମାଣର ପ୍ରତିଶ୍ରୁତି ଦେଇଥିଲେ। ଗୋଦାବରୀଶ ମହାବିଦ୍ୟାଳୟର ୫୭ତମ ବାର୍ଷିକ ଉତ୍ସବ ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଇଲେକ୍ଟ୍ରୋନିକ, ପ୍ରଯୁକ୍ତିବିଦ୍ୟା, କ୍ରୀଡା ଓ ଯୁବବ୍ୟାପାର ବିଭାଗ ମନ୍ତ୍ରୀଙ୍କ ବ୍ୟତିତ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗ୍‌ଦ୍ଦେବ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଶିବ ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ରନାଥ ମାନସିଂହ, ପୂର୍ବତନ ବିଧାୟକ ରଘୁନାଥ ସାହୁ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଏବଂ ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ରଞ୍ଜିତା ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଛାତ୍ର ସଂସଦ ଉପଦେଷ୍ଟା ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମା ଅତିଥି ପରିଚୟ ଏବଂ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଅଧ୍ୟାପକ ଉତ୍ତମ ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ।

ଉପସ୍ଥିତ ଅତିଥି ଗଣ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। କଲେଜ ପରିସରରେ ଏକ ମିନି ଷ୍ଟାଡିୟମ୍‌ ନିର୍ମାଣ ପାଇଁ କ୍ରୀଡାମନ୍ତ୍ରୀ ୨୫ ଲକ୍ଷ ଟଙ୍କାର ଅନୁଦାନ ରାଶି ଘୋଷଣା କରିଥିଲେ। ଏହାପରେ ଚିଲିକା ବିଧାୟକଙ୍କ ଦ୍ବାରା ମହାବିଦ୍ୟାଳୟ ପରିସରରେ ଏକ ହାଇମାଷ୍ଟ ଲାଇଟର ଲୋକାର୍ପଣ କରାଯାଇଥିଲା। ଏହା ସହିତ ଭବିଷ୍ୟତରେ କଲେଜରେ ବିଜ୍ଞାନ ଲାବୋରୋଟାରୀ ପାଇଁ ୨୦ ଲକ୍ଷ ଟଙ୍କାର ଅନୁଦାନ ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିବେ ବୋଲି ବିଧାୟକ ସୂଚନା ଦେଇଥିଲେ।

 

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026
Latest News

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ବ୍ୟାନ୍ କରିବା ପାଇଁ ପରିଣାମ ଭୋଗିବ ଫେସବୁକ୍!: ସମନ୍ କଲେ ସରକାର

July 28, 2026

ବେଙ୍ଗାଲୁରୁରେ 2 ଲକ୍ଷ ଦରମା ସତ୍ତ୍ୱେ ଗରିବ ମନେ କରନ୍ତି ଯୁବକ: ଜାଣନ୍ତୁ କାରଣ

July 28, 2026

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.