Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଇସ୍କନର ଅଦିନିଆ ରଥଯାତ୍ରାକୁ ପାଇକ ମହାସଂଘର ନିନ୍ଦା
ଆଞ୍ଚଳିକ

ଇସ୍କନର ଅଦିନିଆ ରଥଯାତ୍ରାକୁ ପାଇକ ମହାସଂଘର ନିନ୍ଦା

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବାରମ୍ବାର ବିରୋଧ ସତ୍ତ୍ୱେ ଇସ୍କନର ଅଦିନିଆ ରଥଯାତ୍ରା କରିବା ଜଗନ୍ନାଥପ୍ରେମୀ ତଥା ସମସ୍ତ ହିନ୍ଦୁ, ଓଡ଼ିଆଙ୍କ ଧାର୍ମିକ ପରମ୍ପରାକୁ ଭଙ୍ଗ କରିବାକୁ ଇସ୍କନ ଯେଉଁ ପ୍ରୟାସ କରୁଛି ତାହାକୁ ନିଖିଳ ଓଡ଼ିଶା ପାଇକ ମହାସଂଘ ତୀବ୍ର ନିନ୍ଦା କରିଛି । ଆଜି ପାଇକ ମହାସଂଘର ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂହ ଇସ୍କନର ଏଭଳି କ୍ୱଚିତ୍‌, କଦାକାର ଓ ହୀନ ପଦକ୍ଷେପକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି । ଆଗାମୀ ଦିନରେ ଯଦି ଇସ୍କନ ଏଭଳି କାର୍ଯ୍ୟ ପୁନରାୟ କରେ, ତେବେ ପାଇକ ମହାସଂଘ ଓଡ଼ିଶାରେ ଥିବା ସମସ୍ତ ଇସ୍କନ କାର୍ଯ୍ୟାଳୟରେ ଚାବି ପକାଇବା ସହିତ ଇସ୍କନ ବିରୁଦ୍ଧରେ ଉଚ୍ଚ ନ୍ୟାୟାଳୟରେ ସଂଗ୍ରାମ କରିବ । ଯଦି ଇସ୍କନ ଏହି ଅପସଂସ୍କୃତିକୁ ନିଜର ଭୁଲ୍ ଭାବି କ୍ଷମା ମାଗିବା ସହିତ ଏହି କାର୍ଯ୍ୟରୁ ନିବୃତ୍ତ ନରୁହେ ତେବେ ଏହା ବିରୁଦ୍ଧରେ ସଂଗ୍ରାମ ହେବ ବୋଲି ପାଇକ ମହାସଂଘର ରାଜ୍ୟ ଉପଦେଷ୍ଟା ବିଭୂତି ସ୍ୱାଇଁ ମତ ଦେଇଛନ୍ତି । ପାଇକ ମହାରଥୀ ଭୀମସେନ ବିଶ୍ୱାଳ, ରାଜ୍ୟ ଉପସଭାପତି ଭୀମସେନ ପାଇକରାୟ, କଟକ ଜିଲ୍ଲା ସଭାପତି ରାଜକିଶୋର ବେହେରା, ଖୋର୍ଦ୍ଧା ଜିଲ୍ଲା ସଭାପତି ପୂର୍ଣ୍ଣଚନ୍ଦ୍ର ପାଟ୍ଟଶାଣୀ, ଦଳବେହେରା, ମନୋରଞ୍ଜନ ପଶ୍ଚିମକବାଟ, ବାଣପୁର ପାଇକ ସର୍ଦ୍ଦାର ରଞ୍ଜନ ବଳିୟାରସିଂହ, ପାଇକ ବିଶାରଦ କେଦାର ଦାସ, ପାଇକ ଗୁରୁ ଭାସ୍କର ସୁନ୍ଦରାୟ, ପ୍ରଫେସର ଗାୟନ ସାମଲ, ଜଗତସିଂହପୁର ଜିଲ୍ଲା ସଭାପତି ବିଦ୍ୟାଧର ନାଏକ, ଢେଙ୍କାନାଳ ସଭାପତି ନବ ସାମଲ, ପୂର୍ବତନ ଉତ୍କଳ ବିଶ୍ୱବିଦ୍ୟାଳୟର ସଭାପତି ଅଧିବକ୍ତା ହିମାଂଶୁ ଲେଙ୍କା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

iscon
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026
Latest News

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.