Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଦ୍ୟାଳୟର ବାର୍ଷିକ କ୍ରୀଡ଼ାରେ ଜେଏସ୍‌ଡବ୍ଲୁର ସହାୟତା
ଆଞ୍ଚଳିକ

ବିଦ୍ୟାଳୟର ବାର୍ଷିକ କ୍ରୀଡ଼ାରେ ଜେଏସ୍‌ଡବ୍ଲୁର ସହାୟତା

February 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ୍‌ ପଣ୍ଡା

କୁଜଙ୍ଗ: ଭାରତର ଅଗ୍ରଣୀ ଇସ୍ପାତ ଉତ୍ପାଦନକାରୀ ତଥା ଜେଏସ୍‌ଡବ୍ଲୁ ଉତ୍କଳ ଷ୍ଟିଲ୍‌ ତରଫରୁ ଗଡକୁଜଙ୍ଗ ଅପଗ୍ରେଡ୍‌ ବିଦ୍ୟାଳୟରେ ଅନୁଷ୍ଠିତ ବାର୍ଷିକ କ୍ରୀଡ଼ା ଉତ୍ସବ ପାଇଁ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯାଇଛି। ଏରସମା ବ୍ଲକ୍‌ ଅନ୍ତର୍ଗତ ଗଡକୁଜଙ୍ଗ ପଞ୍ଚାୟତରେ ଥିବା ଗଡକୁଜଙ୍ଗ ଉଚ୍ଚ ବିଦ୍ୟାଳୟରେ ଗତ ୩ ତାରିଖରୁ ଅନୁଷ୍ଠିତ ହୋଇଥିବା ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବରେ ସମସ୍ତ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ବିଦ୍ୟାଳୟର ଅନୁରୋଧକୁ ରକ୍ଷା କରି କମ୍ପାନୀ ତରଫରୁ ଛାତ୍ରଛାତ୍ରୀମାନଙ୍କ ପାଇଁ ଟୋପି, ଖେଳ ଛତା ଓ ବିଭିନ୍ନ ବିଭାଗରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଟ୍ରଫି ସହ ଖେଳର ସମସ୍ତ ଆନୁସଙ୍ଗିକ ଜିନିଷ ପ୍ରଦାନ କରିଥିଲେ। ଏହି ଅବସରରେ କୁଜଙ୍ଗ ବ୍ଲକ୍‌ର ଜନପ୍ରତିନିଧିମାନେ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ, ଏରସମା ବ୍ଲକର ନୂଆଗାଁଠାରେ ଜେଏସ୍‌ଡବ୍ଲୁ ଏକ ଅତ୍ୟାଧୁନିକ ଗ୍ରୀନ୍‌ ଫିଲ୍ଡ ଇସ୍ପାତ ପ୍ରକଳ୍ପ କରିବା ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି। ଏହି ପ୍ରକଳ୍ପରେ ୭୧ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କମ୍ପାନୀ କରିବ। ଏହା ସହିତ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଅତ୍ୟାଧୁନିକ ଜ୍ଞାନ କୌଶଳ ବ୍ୟବହାର କରାଯିବ। କମ୍ପାନୀ ପ୍ରତ୍ୟେକ ୧୨ ହଜାର ୫୦୦ କର୍ମଚାରୀଙ୍କୁ ପରୋକ୍ଷରେ ୪୦ରୁ ୫୦ ହଜାର ଲୋକ ନିଯୁକ୍ତି ନେବ।

କୁଜଙ୍ଗ ବାର୍ଷିକ କ୍ରୀଡା ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ୟୁପି କଂଗ୍ରେସ ସଭାପତି ହେବେ ଆରାଧନା ମିଶ୍ର!: ଅଜୟ ରାୟଙ୍କ ହେବ ଛୁଟି

October 1, 2026

ଆହତ କାରଣରୁ ତୃତୀୟ ଏକଦିବସୀୟରୁ ବାଦ ପଡିଲେ ପ୍ରସିଦ୍ଧ କୃଷ୍ଣ: ଏହି ଯୁବ ଦ୍ରୁତ ବୋଲରଙ୍କୁ ସୁଯୋଗ

October 1, 2026

ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା

October 1, 2026

ସମତା ଏକ୍ସପ୍ରେସ୍‌ରେ ଜିଆର୍‌ପିର ଚଢ଼ାଉ: ଗଞ୍ଜେଇ ଜବତ, ୬ ମହିଳା ଗିରଫ

October 1, 2026

ହକି ସେମିଫାଇନାଲରେ ପାକିସ୍ତାନକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ଭାରତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.