Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାତୀୟ କୃମିନାଶକ ଦିବସ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ଜାତୀୟ କୃମିନାଶକ ଦିବସ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

February 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ନିମେନ୍ତ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓପିଡି ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା କରିଥିଲେ।  ଚଳିତ ମାସ ଫେବୃଆରୀ ୧୦ ତାରିଖରେ ଜାତୀୟ କୃମିନାଶକ ଦିବସରେ ଜିଲ୍ଲାର ସମସ୍ତ  ଅଙ୍ଗନଓ୍ବାଡି କେନ୍ଦ୍ର, ସମସ୍ତ ସରକାରୀ ଏବଂ ବେସରକାରୀ, କେନ୍ଦ୍ରୀୟ ବିଦ୍ୟାଳୟ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ କୃମିନାଶକ ଆଲ୍‌ବେଣ୍ଡାଜୋଲ୍‌ ବଟିକା ଓ ସିରପ୍‌ ୧ ବର୍ଷରୁ ୧୯ ବର୍ଷର ପିଲାଙ୍କୁ ପ୍ରଦାନ କରାଯିବ। ଜିଲ୍ଲାରେ ମୋଟ୍‌ ୨,୨୯,୩୬୬ ଜଣ ପିଲାଙ୍କୁ କୃମିନାଶକ ବଟିକା ପ୍ରଦାନ କରାଯିବାର ଧାର୍ଯ୍ୟ ଲକ୍ଷ୍ୟ ରହିଛି। ୧ ବର୍ଷରୁ ୩ ବର୍ଷର ଶିଶୁଙ୍କି ଅଙ୍ଗନଓ୍ବାଡି କେନ୍ଦ୍ରରେ ଆଲ୍‌ବେଣ୍ଡାଜୋଲ୍‌ ସିରଫ୍‌ ଦିଆଯିବ। ବିଦ୍ୟାଳୟ ଯାଉଥିବା ସମସ୍ତ ୬ ବର୍ଷରୁ ୧୯ ବର୍ଷ ଗାଟି ଲେଖାଏ ଆଲ୍‌ବେଣ୍ଡାଜୋଲ୍‌ ବଟିକା ଖାଇବେ। ସେହିପରି ପ୍ରାକ୍‌ ବିଦ୍ୟାଳୟରେ ପଢୁଥିବା ୪ରୁ ୫ ବର୍ଷର ପିଲା ମଧ୍ୟ ଅଙ୍ଗନଓ୍ବାଡି କେନ୍ଦ୍ରରେ ଏହି ବଟିକା ଖାଇବେ।

ଆଗାମୀ ଫେବୃଆରୀ ୧୦ ତାରିଖରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଜଗତସିଂହପୁରଠାରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଉପସ୍ଥିତ ରହି ଜାତୀୟ କୃମିନାଶକ ଦିବସର ଶୁଭାରମ୍ଭ କରିବେ। ଏହି ବୈଠକରେ ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ. ବିଜୟ ପଣ୍ଡା, ଏଡିଏମ୍‌ ଓ ପରିବାର କଲ୍ୟାଣ ଡ. ପ୍ରମୋଦ କୁମାର ବାରିକ୍‌, ଡ. ବସନ୍ତ କୁମାର ବାରିକ୍‌, ଡିପିଏଏମ୍‌ ଚକ୍ରଧର ଜେନା, ଜିଲ୍ଲା ଶିକ୍ଷା ବିଭାଗ କର୍ମକର୍ତ୍ତା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ସିଡିପିଓ,ସ୍ବାସ୍ଥ୍ୟ ବିଭାଗ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହିଥିଲେ। ଉପପରିଚାଳକ, ପ୍ରଜନନ ଓ ଶିଶୁ ସ୍ବାସ୍ଥ୍ୟ ସୁକାନ୍ତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

 

ଜଗତସିଂହପୁର ଜିଲ୍ଲା ସ୍ବାସ୍ଥ୍ୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.