Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲାସ୍ତରୀୟ ଡିଡିୟୁ ଗ୍ରାମୀଣ କୌଶଳ ବିକାଶ ଆଲୁମନି ମିଟ୍‌
ଆଞ୍ଚଳିକ

ଜିଲ୍ଲାସ୍ତରୀୟ ଡିଡିୟୁ ଗ୍ରାମୀଣ କୌଶଳ ବିକାଶ ଆଲୁମନି ମିଟ୍‌

February 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ମଙ୍ଗଳବାର ପୂର୍ବାହ୍ନରେ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଜିଲ୍ଲା ପ୍ରଶାସନ ଓ ଓରମାସ୍ ଜଗତସିଂହପୁର ଆନୁକୂଲ୍ୟରେ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନାରେ ସଫଳତା ଲାଭ କରିଥିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଦକ୍ଷତା ବିକାଶର ପୁରାତନ ଛାତ୍ରଛାତ୍ରୀ ଏବଂ ଅବିଭାବକ ମାନେ ଯୋଗଦେଇଥିଲେ। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସରୋଜକାନ୍ତ ମହାନ୍ତି ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଦକ୍ଷତା ବିକାଶ ତାଲିମ ପାଇଁ ରହିବା, ଖାଇବା, ପୋଷାକ, ବହିପତ୍ର ଓ ଅନ୍ୟାନ୍ୟ ସୁବିଧା ମାଗଣାରେ ପ୍ରଦାନ କରାଯାଉଛି। ଜଗତସିଂହପୁର ପଂଚାୟତ ସମିତି ଅଧ୍ୟକ୍ଷା ବିଜୟଲକ୍ଷୀ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଜଗତସିଂହପୁର ଜିଲ୍ଲାରେ ମୋଟ୍ ୪୭୩୪ ଛାତ୍ରଛାତ୍ରୀ ତାଲିମ ପାଇଛନ୍ତି ଓ ସେଥି ମଧ୍ୟରୁ ୧୬୨୫ ଜଣ ଛାତ୍ରଛାତ୍ରୀ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ସଂସ୍ଥାରେ ନିଯୁକ୍ତି ପାଇ ଆତ୍ମ ନିର୍ଭରଶୀଳ ହୋଇଥିବା ନେଇ ଓରମାସ୍‌ର ଡେପୁଟୀ ସି.ଇ.ଓ ସତ୍ୟସୁନ୍ଦର ଶିବରାମ ପାଇଟାଳ ମତ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ୧୧୫ରୁ ଅଧିକ କୃତି ଛାତ୍ରଛାତ୍ରୀମାନଙ୍କୁ ଏବଂ ୮୦ରୁ ଅଧିକ ଅବିଭାବକଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏତଦ୍‌ବ୍ୟତୀତ ଜିଲ୍ଲାର ସମସ୍ତ ବ୍ଲକରୁ ୩ଜଣ ଲେଖାଏଁ ଗୋଷ୍ଠୀ ସହାୟିକାଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି ଦକ୍ଷତା ବିକାଶ ପୁସ୍ତିକାର ଉନ୍ମୋଚନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଉପାସନା ଓ ଗ୍ରାମ ତରଙ୍ଗ ଅନୁଷ୍ଠାନର ଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକ ସ୍ତରୀୟ ବନ୍ଦେମତରମ୍ ତାଲିମ ପ୍ରଶିକ୍ଷଣ

January 11, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ଘାଟିତ

January 9, 2026

ବାଣପୁରରେ ନିରନ୍ତର ଅଭିବୃଦ୍ଧି ମେଳା

January 8, 2026
Latest News

କେରଳ କୌମୁଦି ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

January 12, 2026

ଆଜି ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

January 12, 2026

ଆଚାର୍ଯ୍ୟ ବିଶ୍ୱରଞ୍ଜନ ହେଲେ ଓୟୁଜେ ରାଜ୍ୟ ସମ୍ପାଦକ

January 12, 2026

ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

January 12, 2026

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.