Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»8 ଜିଲ୍ଲାର 976 ଯାତ୍ରୀଙ୍କ ସହିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଶୁଭାରମ୍ଭ
ଆଞ୍ଚଳିକ

8 ଜିଲ୍ଲାର 976 ଯାତ୍ରୀଙ୍କ ସହିତ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଶୁଭାରମ୍ଭ

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶାର 8ଟି ଜିଲ୍ଲାରୁ ସମୁଦାୟ 976 ଜଣ ବରିଷ୍ଠ ନାଗରିକ ଆଜି ତୀର୍ଥ କରିବାକୁ ଏକ ସ୍ପେସାଲ୍ ଟ୍ରେନ ଯୋଗେ ଦକ୍ଷିଣ ଭାରତକୁ ଯାତ୍ରା କରିଛନ୍ତି । ବ୍ରହ୍ମପୁର ଷ୍ଟେସନର ପ୍ଲାଟଫର୍ମ ନଂ 4ରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ । ଏଥିରେ ଗଂଜାମର ସର୍ବାଧିକ 489 ଜଣ, ଗଜପତିର 59 ଜଣ, କନ୍ଧମାଳ 53 ଜଣ, କୋରାପୁଟର 113 ଜଣ, ମାଲକାନାଗିରିର 52 ଜଣ, ନବରଙ୍ଗପୁରର 83 ଜଣ, ରାୟଗଡ଼ାର 97 ଜଣ ଏବଂ ବୌଦ୍ଧ ଜିଲ୍ଲାର 30 ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରାରେ ସାମିଲ ହୋଇଛନ୍ତି । ଗଂଜାମ ଜିଲ୍ଲାର କୁକୁଡ଼ାଖଣ୍ଡି ବ୍ଲକ୍‌ରୁ ସର୍ବାଧିକ ବରିଷ୍ଠ ନାଗରିକ ଯାତ୍ରା କରିଛନ୍ତି । ତୀର୍ଥଯାତ୍ରୀଙ୍କ ସହାୟତା ପାଇଁ 30 ଜଣ ଏସ୍‌କର୍ଟ ଅଫିସର ମଧ୍ୟ ଯାଇଛନ୍ତି । ଏହି ଯାତ୍ରା ରାମେଶ୍ୱରମ୍‌, ମୁଦୁରାଇ ଓ ତିରୁପତି ଦର୍ଶନ କରିବା ପାଇଁ ଓଡ଼ିଶା ସରକାରଙ୍କଠାରୁ ବ୍ୟବସ୍ଥା କରାଯାଇଛି ।

ଏହି ତୀର୍ଥଯାତ୍ରା ସମୟରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଛତ୍ରପୁର ବିଧାୟକ ସୁଭାଷ ବେହେରା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଜେଡ଼ି ଜିଲ୍ଲା ସଭାପତି ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପାଇକାରୀ ଭଣ୍ଡାର ସଭାପତି ତଥା ବରିଷ୍ଠ ବିଜେଡ଼ି ନେତା ସୁଧୀର ରାଉତ, ବିଜେଡ଼ି ଜିଲ୍ଲା ସଭାନେତ୍ରୀ ସଂଘମିତ୍ରା ଦଳେଇ, ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ, ଉପଜିଲ୍ଲାପାଳ ଶିନ୍ଧେ ଦତ୍ତାତ୍ରୟ ଭାଉସାହେବ ଏବଂ ଜିଲ୍ଲା ସଂସ୍କୃତି ଅଧିକାରୀ ଓ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

bramhapur
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026

ଭୁବନେଶ୍ୱରରେ କେରଳମ୍, ରାଜସ୍ଥାନ ଓ ପଞ୍ଜାବର ସାମ୍ବାଦିକ ପ୍ରତିନିଧି ଦଳ ସହ ପିଆଇବିର ଆଲୋଚନା

September 15, 2026
Latest News

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ଗ୍ରାହମ ଷ୍ଟେନ୍ସ ମାମଲା: ଦାରା ସିଂଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ

September 15, 2026

ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ବନ୍ଦ ପାଇଁ ପୁରୀ ବେଳାଭୂମିରେ ସଚେତନତା ଅଭିଯାନ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.